ଆସନ୍ତାକାଲିଠାରୁ ବଢିବ ବର୍ଷାର ପରିମାଣ ! ୨୧ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ତେବେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢିପାରେ । ଏହାସହ ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ମାତ୍ରାରେ ବର୍ଷିବ । ୨୧ ତାରିଖ ପର୍ଯ୍ୟନ୍ତ କେତେଗୁଡିଏ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.