କାଲିଠୁ ବଢିବ ବର୍ଷାର ପରିମାଣ; ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲି ଠାରୁ ବଢିବ ବର୍ଷାର ପରିମାଣ। କାଲି ଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହା ସହ ଉତ୍ତର ଓଡ଼ିଶାର ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ଦକ୍ଷିଣ ଓଡ଼ିଶାର ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୩୦ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବ ବୋଲି କୁହାଯାଇଛି। ଜୁଲାଇ ୧ରେ ଉତ୍ତର ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ୨ତାରିଖରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ରାଜ୍ୟକୁ ମୌସୁମୀ ଛୁଇଁବା ପରେ ଜୁନ ୧୬ ତାରିଖକୁ ୨୮ ତାରିଖ ମଧ୍ୟରେ ୧୦୦. ୪ମିମି ବର୍ଷା ରେକର୍ଡ କରାଯାଇଛି।

ଏହା ସ୍ୱାଭାବିକ ବର୍ଷା ଠାରୁ ୧୫ ପ୍ରତିଶତ କମ ରହିଛି। ଏହି ସମୟରେ ସ୍ୱାଭାବିକ ବୃଷ୍ଟିପାତର ପରିମାଣ ୧୧୮. ୬ ମିମି ରହିଥାଏ। ଗତ ଦୁଇଦିନ ଧରି ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ ବାୟୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.