ରାଜ୍ୟରେ ବିଭିନ୍ନ ସ୍ଥାନରେ ଆଜି ବଢ଼ିବ ବର୍ଷାର ପରିମାଣ, ଆଉ ୨ ଦିନ ଯାଏଁ ଲାଗି ରହିବ ଏମିତି ପାଗ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା । ଆଉ ୨ ଦିନ ଯାଏଁ ଲାଗି ରହିବ ବର୍ଷା । ୱେଷ୍ଟର୍ଣ୍ଣ ଡିଷ୍ଟବାର୍ନ୍ସ ସହ ଦକ୍ଷିଣ ପଶ୍ଚିମ ରାଜସ୍ଥାନରୁ ଉତ୍ତର ତେଲେଙ୍ଗାନା ଯାଏ ଏକ ଟ୍ରପ ଲାଇନ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା କିହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ବରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଶା ସମ୍ଭାବନା ରହିଛି । ଆଜି ବର୍ଷାର ପରିମାଣ ବଢ଼ିବ । ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଦ, ନୟାଗଡ଼, ଖୋର୍ଦ୍ଧା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରାଯାଇଛି । ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହୁଛି । ଶୀତ କମିଥିବା ବେଳେ ଘନ କୁହୁଡ଼ି ଲାହି ରହୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.