Below header

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ : ମହାପ୍ରଭୁ ଲିଙ୍ଗରରାଜ ପରେ କାଲିଠୁ ପ୍ରମୁଖ ପୀଠ ଓ ଧର୍ମଗୁରୁଙ୍କୁ କରାଯିବ ନିମନ୍ତ୍ରଣ

ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭ ଉଦଘାଟନ ହେବ। ଦେଶର ବିଭିନ୍ନ ଦେବପୀଠ ଓ ଧାର୍ମିକ ଗୁରୁମାନଙ୍କୁ କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ନିମନ୍ତ୍ରଣ କରାଯିବ।

ଭୁବନେଶ୍ୱର (କେନ୍ୟୁଜ): ୨୬ରୁ ସବୁ ପ୍ରମୁଖ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ। ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭ ଉଦଘାଟନ ହେବ। କାର୍ଯ୍ୟକ୍ରମକୁ ଅତ୍ୟନ୍ତ ଭବ୍ୟ ଭାବରେ ସମ୍ପାଦନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦେଶର ବିଭିନ୍ନ ଦେବପୀଠ ଓ ଧାର୍ମିକ ଗୁରୁମାନଙ୍କୁ କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ନିମନ୍ତ୍ରଣ କରାଯିବ। ପୁରୀଠାରେ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ଶ୍ରୀମନ୍ଦିର କର୍ତ୍ତୃପକ୍ଷ, ଛତିଶା ନିଯୋଗ ଓ ସେବାୟତଙ୍କ ଉପସ୍ଥିତିରେ ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ହୋଇଛି। ୨୬ ତାରିଖରୁ ଦେଶର ସବୁ ଦେବାଦେବୀ ପୀଠକୁ ଯିବ ନିମନ୍ତ୍ରଣ ପତ୍ର। ମହାପ୍ରଭୁ ଲିଙ୍ଗରରାଜଙ୍କୁ ଦିଆଯିବ ପ୍ରଥମ ନିମନ୍ତ୍ରଣ। ରାଜ୍ୟ ମଧ୍ୟରେ ୧୩ ଓ ବାହାରକୁ ଯିବେ ୧୭ଟି ଟିମ୍।

ସୂଚନା ଅନୁସାରେ ଆସନ୍ତା ୨୮ ତାରିଖ ସକାଳୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ନିକଟରୁ ୨୩ଟି ଗାଡ଼ିରେ ନିମନ୍ତ୍ରଣର ବାର୍ତ୍ତା ନେଇ ପ୍ରତିନିଧିମାନେ ଯାତ୍ରା ଆରମ୍ଭ କରିବେ। ୧୩ଟି ଗାଡ଼ି ରାଜ୍ୟ ମଧ୍ୟରେ ବିଭିନ୍ନ ପ୍ରମୁଖ ଦେବପୀଠ, ଜଗନ୍ନାଥ ମନ୍ଦିରକୁ ନିମନ୍ତ୍ରଣ ପାଇଁ ବାହାରିବେ। ସେହିପରି ୧୭ଟି ଗାଡ଼ି ରାଜ୍ୟ ବାହାରକୁ ଯାତ୍ରା କରିବ। ପ୍ରଥମ ନିମନ୍ତ୍ରଣ ପତ୍ର ଭୁବନେଶ୍ୱରରେ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କୁ ପ୍ରଦାନ କରାଯିବ। ସେବକମାନେ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ନିମନ୍ତ୍ରଣ ପତ୍ର ପ୍ରଦାନ କରିବେ। ଏହାପରେ ବିଭିନ୍ନ ଦଳଗୁଡ଼ିକ ନିଜ ଗନ୍ତବ୍ୟସ୍ଥଳ ଉଦ୍ଦେଶ୍ୟରେ ଯାତ୍ରା କରିବେ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.