Below header

ରାସ୍ତା ମଝିରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ: ୧୦ ଜଣ ଆହତ

ରାସ୍ତା ମଝିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଅଟୋ । ଫଳରେ ଅଟୋରେ ଥିବା ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଆଜି ସକାଳେ କଟକ ଜିଲ୍ଲା ନରସିଂହପୁରରେ ଘଟିଛି।

ନରସିଂହପୁ (କେନ୍ୟୁଜ): ରାସ୍ତା ମଝିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଅଟୋ । ଫଳରେ ଅଟୋରେ ଥିବା ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଆଜି ସକାଳେ କଟକ ଜିଲ୍ଲା ନରସିଂହପୁରରେ ଘଟିଛି।

ସୂଚନା ଅନୁସାରେ ନରସିଂହପୁର ବ୍ଲକର ଚମ୍ପେଶ୍ୱର ହାଟ ଥିବା ବେଳେ ଏକ ଅଟୋରେ ୧୦ ରୁ ୧୨ ଜଣ ମହିଳା ସେଠାକୁ ଯାଉଥିଲେ। ମାତ୍ର ଅତ୍ୟଧିକ ଯାତ୍ରୀ ହୋଇ ଅଟୋଟି ଭାରସାମ୍ୟ ହରାଇ ଓଲବ ଘାଟି ରାସ୍ତା ନିକଟରେ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ତୁରନ୍ତ ଅଟୋରୁ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ଏହାପରେ ଆମ୍ବୁଲାନ୍ସ ସାହାଯ୍ୟରେ ସମସ୍ତଙ୍କୁ ନରସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତନ୍ମଧ୍ୟରୁ ଦୁଇ ଜଣ ଅତ୍ୟଧିକ ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.