ଓଲଟିଲା ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଧରି ଫେରୁଥିବା ଅଟୋ, ୫ ଛାତ୍ରଛାତ୍ରୀ ଗୁରୁତର

ଜଣେ ବୃଦ୍ଧାଙ୍କୁ ରକ୍ଷା କରିବାକୁ ଯାଇ ଅଟୋଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୫ ଛାତ୍ରଛାତ୍ରୀଙ୍କ ସମେତ ବୃଦ୍ଧାଜଣକ ବି ଗୁରୁତର ହୋଇଛନ୍ତି। ଏପରି ଦୁର୍ଘଟଣା ଆଜି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଧୀନ ପାଟଣା ଛକ ନିକଟରେ ଘଟିଛି।

ଜଳେଶ୍ୱର (କେନ୍ୟୁଜ): ଜଳେଶ୍ୱର ପରୀକ୍ଷା ସରିବା ପରେ ଛାତ୍ରଛାତ୍ରୀଙ୍କୁ ଧରି ଫେରୁଥିବା ଏକ ଅଟୋ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଜଣେ ବୃଦ୍ଧାଙ୍କୁ ରକ୍ଷା କରିବାକୁ ଯାଇ ଅଟୋଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୫ ଛାତ୍ରଛାତ୍ରୀଙ୍କ ସମେତ ବୃଦ୍ଧାଜଣକ ବି ଗୁରୁତର ହୋଇଛନ୍ତି। ଏପରି ଦୁର୍ଘଟଣା ଆଜି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଧୀନ ପାଟଣା ଛକ ନିକଟରେ ଘଟିଛି। ସମସ୍ତ ଆହତ ଛାତ୍ରଛାତ୍ରୀ ଜଳେଶ୍ୱର ସରସ୍ୱତୀ ଶିଶୁ ମନ୍ଦିରର ବିଦ୍ୟାର୍ଥୀ ବୋଲି ଜଣାଯାଇଛି

ସୂଚନାଯୋଗ୍ୟ ଯେ, ରାଜଘାଟ-ଜଳେଶ୍ବର ରାସ୍ତାରେ ଜଣେ ବୃଦ୍ଧାଙ୍କୁ ରକ୍ଷା କରିବାକୁ ଯାଇ ରାସ୍ତା କଡ ପାଚେରୀରେ ପିଟିହେଲା ଅଟୋ । ଦଶମ ଶ୍ରେଣୀ ପରୀକ୍ଷା ଦେଇ ଫେରୁଥିବା ଛାତ୍ରୀ ବୋଝେଇ ଯାତ୍ରୀବାହୀ ଅଟୋଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଅଟୋରେ ଥିବା ୫ ଜଣ ଛାତ୍ରୀ ଆହତ ହୋଇଥିବା ବେଳେ ବୃଦ୍ଧା ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଜଳେଶ୍ବର ଜି.କେ. ଭଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଏହି ଦୁର୍ଘଟଣା ପରେ ଅଟୋ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ବେଳେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି । ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାଯାଇଛି।

Leave A Reply

Your email address will not be published.