ଭାରସାମ୍ୟ ହରାଇ ରାସ୍ତା କଡକୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ

ରାସ୍ତାକଡ଼କୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଶୁକ୍ରବାର ବିଳମ୍ବିତ ରାତିରେ ଗଜପତି ଜିଲ୍ଲା ମୋହନା ଥାନା ଏକ୍ରିକୂପା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । RB କୋଚ୍ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲା।

ମୋହନା (କେନ୍ୟୁଜ): ରାସ୍ତାକଡ଼କୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଶୁକ୍ରବାର ବିଳମ୍ବିତ ରାତିରେ ଗଜପତି ଜିଲ୍ଲା ମୋହନା ଥାନା ଏକ୍ରିକୂପା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । RB କୋଚ୍ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲା ।

ବ୍ରହ୍ମପୁରରୁ ଇନ୍ଦ୍ରାବତୀ ଯାଉଥିବା ବସ୍ଟି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବୁଲାଣି ରାସ୍ତାରେ ଖସି ପଡ଼ିଥିବା ଜଣାପଡିଛି । ତେବେ ବସ୍ ରେ ୩୦ରୁ ଊର୍ଦ୍ଧ ଯାତ୍ରୀ ଥିବାବେଳେ ସମସ୍ତେ ସୁରକ୍ଷିତ ଅଛନ୍ତି । ଷ୍ଟିଅରିଂ ଲକ୍ ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଗାଡି ଚାଳକ କହିଛନ୍ତି। ମୋହନା ଥାନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଅନ୍ୟଏକ ଗାଡି ରେ ଯାତ୍ରୀମାନଙ୍କୁ ଗନ୍ତବ୍ୟ ସ୍ଥଳକୁ ପଠାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.