ପଣା ସଂକ୍ରାନ୍ତିରେ ଅଘଟଣ: ଭାରସାମ୍ୟ ହରାଇ ଓଲଟିଲା ବସ୍, ୧୫ ଯାତ୍ରୀ ଗୁରୁତର

ବରଗଡ଼ ପଦ୍ମପୁର ବୁଡେନ ଥାନା ଅନ୍ତର୍ଗତ ସୁଲିଆ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୧୫ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସମସ୍ତେ ଛତିଶଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି ।

ପଦ୍ମପୁର (କେନ୍ୟୁଜ): ଆଜି ଓଡ଼ିଆ ନବ ବର୍ଷର ପ୍ରଥମ ଦିନରୁ ଅଘଟଣ । ବରଗଡ଼ ପଦ୍ମପୁର ବୁଡେନ ଥାନା ଅନ୍ତର୍ଗତ ସୁଲିଆ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୧୫ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସମସ୍ତେ ଛତିଶଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି ।

ସୂଚନା ଅନୁସାରେ ବସରେ ଥିବା ଯାତ୍ରୀ ମାନେ ପୁରୀରୁ ଜଗନ୍ନାଥ ଦର୍ଶନ ସାରି ପରେ ନୃସିଂହନାଥଙ୍କୁ ଦର୍ଶନ କରି ଛତିଶଗଡ଼ ବରୋଦା ଫେରୁଥିଲା । ତେବେ ସକାଳୁ ସକାଳୁ ବୁଡେନ ଥାନା ଅନ୍ତର୍ଗତ ସୁଲିଆ ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିପଡିଥିବା ବେଳେ ଏଥିରେ ଥିବା ୧୫ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.