ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା କାର, ୫ ଆହତ, ୨ ଗୁରୁତର

ମୋହନ (କେନ୍ୟୁଜ): ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ଅବାରସିଂ ନିକଟରେ ଭାରସାମ୍ୟ ହରାଇ ଏକ କାର ଓଲଟି ପଡିଛି । ଫଳରେ କାରରେ ଯାତ୍ରା କରୁଥିବା ୭ ଜଣଙ୍କ ମଧ୍ୟରୁ ୫ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ମହିଳାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି । ସ୍ଥାନୀୟ ଲୋକେ ଓ କିଛି ସ୍ବେଚ୍ଛାସେବୀ ମାନେ ଘଟଣା ସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ଆର.ଉଦୟଗିରି ମେଡିକାଲରେ ଭର୍ତ୍ତି କରିଛନ୍ତି ।

୭ ଜଣଙ୍କ ମଧ୍ୟରୁ ୫ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ମହିଳାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି । ସ୍ଥାନୀୟ ଲୋକେ ଓ କିଛି ସ୍ବେଚ୍ଛାସେବୀ ମାନେ ଘଟଣା ସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ଆର.ଉଦୟଗିରି ମେଡିକାଲରେ ଭରି କରିଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ମହିଳାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲ୍ କୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ମହିଳାଙ୍କ ମଧ୍ୟରେ ଜଣେ କେରଳର କ୍ୟାଥୋଲିକ ସିଷ୍ଟର ଥିବା ଜଣା ପଡ଼ିଛି। କାରଟି ପାରଳାଖେମୁଣ୍ଡିରୁ ବିରିକୋଟ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ଖବର ପାଇ ଆର.ଉଦୟଗିରି ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.