ଉମରକୋଟ (କେନ୍ୟୁଜ): ପୁଣି ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହାରଇ ଗଛକୁ ପିଟିଲା କାର, ୩ ମୃତ। ନବରଙ୍ଗପୁର ଜିଲ୍ଲା ଉମରକୋଟ-ଝରିଗାଁ ରାସ୍ତାର ବାସିନୀ ଛକରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ଜଣେ ଗୁରୁତରଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ ରାତି ପ୍ରାୟ ୨.୩୦ ମିନିଟ ରେ ଭାରସାମ୍ଯ ହରାଇ ଗଛକୁ ପିଟିଲା କାର । ଏହି ଦୁର୍ଘଟଣାରେ ତିନି ଜଣଙ୍କ ମୃତ ହୋଇଥିବା ବେଳେ ଓ ଜଣେ ଗୁରୁତର ହୋଇଛନ୍ତି । ମୃତକ ମାନେ ସମସ୍ତେ ପୁରୁଷ ହୋଇଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳା ତରୁଲତା ବେପାରୀଙ୍କୁ ପ୍ରଥମେ ଉମରକୋଟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରୁ ନବରଙ୍ଗପୁର ଜିଲ୍ଲା ମୁଖ୍ଯ ଡାକ୍ତରଖାନାଙ୍କୁ ସ୍ଥାନାନ୍ତର କରାଯାଇଥିବା ପରେ ସେଠାରୁ କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତରିତ କୋରାଯଇଛି ।
ମୃତକ ମାନଙ୍କ ମଧ୍ୟ ରେ ରାଇଘର ଛତାବେଡ଼ା ଗ୍ରାମର ସୁରେଶ ମଣ୍ଡଳ , ରାଇଘର ସୋନପୁର ଗ୍ରାମର ଗୌରାଙ୍ଗ ରାୟ ହୋଇଥିବା ବେଳେ ଅନ୍ଯ ଜଣେ ଉମରକୋଟ ଥାନା ଅନ୍ତର୍ଗତ ଅଞ୍ଚଳା ଗ୍ରାମ ର ସତ୍ୟ ରଞ୍ଜନ ବେପାରୀ ବୋଲି ଜଣା ପଡିଛି।
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…