ରାଜ୍ୟ

ଆଜିଠୁ ରଥନିର୍ମାଣ ସେବକଙ୍କ ହେବ କୋଭିଡ୍‌ ଟେଷ୍ଟ, ସ୍ନାନ ଯାତ୍ରା ଥିବାରୁ ଦଇତାପତି ମାନଙ୍କର ମଧ୍ୟ କରାଯିବ ସ୍ୱାସ୍ଥ୍ୟ ପରୀକ୍ଷା

ପୁରୀ: ଆଜିଠୁ ରଥନିର୍ମାଣ ସେବକଙ୍କ କୋଭିଡ୍‌ ପରୀକ୍ଷା। ରଥ ନିର୍ମାଣରେ ନିୟୋଜିତ ୧୨୦ ମହାରଣା, ଭୋଇ, ରୂପକାର, କମାର ସେବକଙ୍କ ଆଜି କରୋନା ପରୀକ୍ଷା କରାଯିବ । ସେହିପରି ଆଗକୁ ସ୍ନାନ ଯାତ୍ରା ଥିବାରୁ ଦଇତାପତି ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ । ସ୍ନାନଯାତ୍ରା ପୂର୍ବରୁ ସେମାନଙ୍କୁ ସଂଗରୋଧରେ ରହିବାକୁ ପ୍ରସ୍ତାବ ଦିଆଯାଇଛି । ଜୁନ୍‌ ୫ରେ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ଏନେଇ ଦଇତାପତିଙ୍କ ସହ ମନ୍ଦିର ପ୍ରଶାସନ ଆଲୋଚନା କରିଛି।

ସେପଟେ ଚଳଚଞ୍ଚଳ ରଥଖଳା । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ଆଜି ଷଷ୍ଠ ଦିନ। ଦୃତ ଗତିରେ ଆଗେଇ ଚାଲିଛି ରଥ ନିର୍ମାଣ କାମ । ଏବେ ସୁଦ୍ଧା ୪୨ଟି ତୁମ୍ବ ଓ ସୁତାବାଡିଆ କାମ ଶେଷ ହୋଇଛି । ସେହିଭଳି ରଥର ୩ଟି ଅଖ କାର୍ଯ୍ୟ ମଧ୍ୟ ଶେଷ ହୋଇଛି । ୩ରଥରେ ୨ଟି ଲେଖାଏ କରି ୬ଟି ତୁମ୍ବରେ ଅର ସଂଯୋଗ କରି ପଇ ବିନ୍ଧା କରାଯାଉଛି ।

KNews Bureau

Recent Posts

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

4 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

18 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

23 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

54 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

1 hour ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago