ଆଉ ୨ହଜାର ୪୭୩ ଡାକ୍ତରଙ୍କୁ ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନୂଆ ନିଯୁକ୍ତି । ଆଉ ୨ହଜାର ୪୭୩ ଡାକ୍ତରଙ୍କୁ ନିଯୁକ୍ତି ପ୍ରଦାନ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ନିଯୁକ୍ତି ପର୍ବରେ ସମସ୍ତ ନବ ନିଯୁକ୍ତ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାଜ୍ୟ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନୂଆ ନିଯୁକ୍ତି । ଆଉ ୨ହଜାର ୪୭୩ ଡାକ୍ତରଙ୍କୁ ନିଯୁକ୍ତି ପ୍ରଦାନ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ନିଯୁକ୍ତି ପର୍ବରେ ସମସ୍ତ ନବ ନିଯୁକ୍ତ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏମାନଙ୍କ ମଧ୍ୟରେ ୨ ହଜାର ୩୯୨ ଜଣ ଏମବିବିଏସ ଡାକ୍ତର ଥିବାବେଳେ ୮୧ ଜଣ ଦାନ୍ତ ଡାକ୍ତର ଅଛନ୍ତି । ନବ ନିଯୁକ୍ତ ଡାକ୍ତରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାଦ୍ବାରା ରାଜ୍ୟରେ ସ୍ବାସ୍ଥ୍ୟ ସେବା ଆହୁରି ସୁଦୃଢ଼ ହୋଇଛି । ରାଜ୍ୟ ସରକାର ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ସବୁ କ୍ଷେତ୍ରକୁ ଗୁରୁତ୍ବ ଦେଉଛନ୍ତି । ପ୍ରତିଟି ଜୀବନ ମୂଲ୍ୟବାନ । ଖର୍ଚ୍ଚ ହେଉଥିବା ପ୍ରତିଟି ଟଙ୍କା ରାଜବାସୀଙ୍କର । ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶା ଗଠନ ନେଇ କା ମ କରିବାକୁ ନବ ନିଯୁକ୍ତ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଏପର୍ଯ୍ୟନ୍ତ ୩ ହଜାର ୬ଶହ ମେଡିକାଲ ଅଫିସରଙ୍କୁ ନିଯୁକ୍ତି ଦିଆସରିଲାଣି ।

cm

ଗତ ନଭେମ୍ବରରେ ପ୍ରାୟ ୪ ହଜାର ନର୍ସିଂ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଛି । ଏହି ଅବସରରେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ନବ ନିଯୁକ୍ତ ଡାକ୍ତରଙ୍କୁ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉତ୍ସଗୀକୃତ ମନୋଭାବ ନେଇ କାମ କରିବାକୁ ଆହ୍ବାନ ଦେଇଛନ୍ତି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.