Below header

5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡ଼ିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବ ।

ଭୁବନେଶ୍ୱର (କେନ୍ୟୁଜ): 5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର । ୨୦ କୋଟି ଟଙ୍କା ମଞ୍ଜୁର । କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡ଼ିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ. ପାଣ୍ଡିଆନ ଗତ ଫେବୃୟାରୀ ୩ ତାରିଖରେ କୋରାପୁଟ ଗସ୍ତ କରି ଗୁପ୍ତେଶ୍ୱର ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ସେବାୟତ, କମିଟିର ସଦସ୍ୟ, ଜନପ୍ରତିନିଧି ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ଏକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ଫାଇଭ ଟି ସଚିବ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ଦ୍ଦେଶକ୍ରମେ ଜିଲ୍ଲାପାଳଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । 5T ଉପକ୍ରମରେ ଏହି ବିକାଶ କାମ ହାତକୁ ନିଆଯିବ ।

ଏହି ପ୍ରକଳ୍ପରେ ମନ୍ଦିରର ମୁଖ୍ୟରାସ୍ତାର ଉନ୍ନତିକରଣ ଓ ଆଲୋକୀକରଣ, ପାଦଚଲା ରାସ୍ତାରେ ଖଣ୍ଡାଲାଇଟ୍ସ ପଥର ବିଛାଇବା, ମନ୍ଦିର ପ୍ରବେଶ ଦ୍ୱାରର ସୌନ୍ଦର୍ଯ୍ୟକରଣ, ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ଯଥା ପାନୀୟ ଜଳ ଓ ଶୌଚାଳୟ, ଗୁମ୍ଫାର ଆଲୋକୀକରଣ, ସାବେରୀ ନଦୀ କୂଳର ସୌନ୍ଦର୍ଯ୍ୟକରଣ, ଉଠା ଦୋକନୀମାନଙ୍କ ଥଇଥାନ, ସେମାନଙ୍କ ପାଇଁ ନୂତନ ଦୋକାନ ଘର ନିର୍ମାଣ, ଭୂସ୍ଖଳନ ନିରୋଧ ଓ ପାହାଡ଼ ସୁରକ୍ଷା ପାଇଁ ବ୍ୟବସ୍ଥା ସହିତ ବୃକ୍ଷରୋପଣ ମଧ୍ୟ କରାଯିବ । ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆର୍ଯ୍‌ନ ଆଣି 5T ଉପକ୍ରମରେ ପୀଠର ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.