Below header

ସହିଦ ଯବାନ୍‌ଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେ ନ୍ୟୁଜ୍‌) : ଲଦାଖ ସୀମାରେ ଚୀନା ସେନା ଆକ୍ରମଣରେ ସହିଦ ହୋଇଥିବା ଦୁଇ ଓଡ଼ିଆ ଯବାନ୍‌ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଦେଶ ମାତୃକା ପାଇଁ ସେମାନେ ବୀରତ୍ୱର ସହ ଲଢ଼େଇ କରି ସହିଦ ହୋଇଥିବାରୁ ସେମାନଙ୍କ ପାଇଁ ସମସ୍ତେ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିର ୨୫ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।
ଓଡ଼ିଶାର ଏହି ଦୁଇ ବୀର ଯବାନ ହେଉଛନ୍ତି କନ୍ଧମାଳ ଜିଲ୍ଲା ରାଇକିଆର ଚନ୍ଦ୍ରକାନ୍ତ ପ୍ରଧାନ ଏବଂ ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ନନ୍ଦୁରାମ ସୋରେନ୍ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.