କଟକର ବିଡ଼ାନାସୀରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, ବିକଶିତ ଭାରତ ପାଇଁ ସମସ୍ତଙ୍କୁ ଦେଲେ ଆହ୍ବାନ

କଟକ : ୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ।  ଏହି ପବିତ୍ର ଦିନରେ ବିକଶିତ ଭାରତ, ବିକଶିତ ଓଡ଼ିଶା ନିର୍ମାଣ ପାଇଁ ସମସ୍ତେ ଶପଥ ନେବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ  । ଆଜି ଗୌରବମୟ ଦିବସ ପାଳନ କରାଯାଉଛି, ତେଣୁ ଉକ୍ତ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଉଛୁ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଦେଶର ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ । ଦେଶର ଗଣତନ୍ତ୍ର ବଜାୟ ରଖିବାରେ କୋଟି କୋଟି ଜନତାଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ । ନିରବଚ୍ଛିନ୍ନ ଭାବେ ଗଣତନ୍ତ୍ରକୁ ବଜାୟ ସହ ଦେଶର ଅଗ୍ରଗତି ହେଉଛି । ଖୁବ୍‌ଶୀଘ୍ର ଆମ ଦେଶ ତୃତୀୟ ଶ୍ରେଷ୍ଠ ଅର୍ଥନୀତି ହେବାକୁ ଯାଉଛି । ୧୪୦ କୋଟି ଭାରତୀୟଙ୍କ ଜୀବନଯାପନ ଶୈଳୀରେ ପରିବର୍ତ୍ତନ ଆସିଛି । ଲୋକଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ଅଧିକାର ଯୋଗାଇବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏହା ମଧ୍ୟ କହିଛନ୍ତି ଯେ  ଓଡ଼ିଆ ଅସ୍ମିତା ସହ ରାଜ୍ୟ ଆଗକୁ ବଢି ଚାଲିଛି। ମହିଳା ମାନେ ଆମ ସମାଜ ର ବଡ଼ ଅଙ୍ଗ ପାଲଟିଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ 80 ଲକ୍ଷରୁ ଅଧିକ ମହିଳା ମାନେ ସୁଭଦ୍ରା ଟଙ୍କା ପାଇ ସାରିଲେଣି  । ସେହିପରି ଆୟୁଷ୍ମାନ କାର୍ଡରେ ଯୋଡି ହେବେ ସାଢେ ୩ କୋଟି ଓଡ଼ିଆ । ରାଜ୍ୟରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ବ୍ୟବସ୍ଥା କରାଯାଉଛି । ଆଦିବାସୀ ମାନଙ୍କ ସ୍ୱାର୍ଥ ସ୍ୱାଭିମାନ ପାଇଁ ଆମ ସରକାର ସଂକଳ୍ପ ବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେହିପରି ଓଡିଶାରେ ପୁଞ୍ଜି ନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହୋଇଛି। ଶିଳ୍ପର ବିକାଶ କରିବା କ୍ଷେତ୍ରରେ ରାଜ୍ୟ ସବୁ ବେଳେ ଆଗରେ ଅଛି ।  ରାଜ୍ୟ ଅଦିନିଆ ବର୍ଷା ପାଇଁ କ୍ଷତି ହୋଇ ଥିବା ଚାଷୀଙ୍କୁ କ୍ଷତି ପୂରଣ ପାଇଁ ବ୍ୟବସ୍ଥା ହୋଇଛି। ଗାଁ ମାନଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି ଆଜି ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ଅନ୍ୟପଟେ ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଦେଶର ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ମହାନ ସଂଗ୍ରାମୀ ଏବଂ ଯବାନଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଏହି ପବିତ୍ର ଦିନରେ ବିକଶିତ ଭାରତ, ବିକଶିତ ଓଡ଼ିଶା ନିର୍ମାଣ ପାଇଁ ସମସ୍ତେ ଶପଥ ନେବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

 

ଆହୁରି ପଢନ୍ତୁ : ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ: ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ହରିବାବୁ କମ୍ଭମପତି

You might also like