ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜଣେ ଲୋକପ୍ରିୟ ଜନନେତା ଭାବେ ସୁନାମ ଅର୍ଜନ କରିଥିଲେ। ଜଣେ ଦକ୍ଷ ସଙ୍ଗଠକ ଭାବେ ସେ ସୁନାମ ଅର୍ଜନ କରିଥିଲେ। ରାଜ୍ୟର ବିକାଶରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ଥିଲା।

ଭୁବନେଶ୍ୱର (କେନ୍ୟୁଜ): ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜଣେ ଲୋକପ୍ରିୟ ଜନନେତା ଭାବେ ସୁନାମ ଅର୍ଜନ କରିଥିଲେ। ଜଣେ ଦକ୍ଷ ସଙ୍ଗଠକ ଭାବେ ସେ ସୁନାମ ଅର୍ଜନ କରିଥିଲେ। ରାଜ୍ୟର ବିକାଶରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ଥିଲା।
ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ । ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି। ତାଙ୍କ ବିୟୋଗ ଓଡିଶା ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି। ଶଙ୍ଖ ଭବନରେ ଶେଷ ଦର୍ଶନ କରିବେ ନବୀନ ପଟ୍ଟନାୟକ ।