ମୁଖ୍ୟମନ୍ତ୍ରୀଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ, ଚିକିତ୍ସା ବ୍ୟବସ୍ଥାର ତଦାରଖ ସହ ରୋଗୀଙ୍କ ଭଲମନ୍ଦ ପଚାରି ବୁଝିଲେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ । ରାତିରେ ରୋଗୀଙ୍କ ଯତ୍ନ କିପରି ନିଆ ଯାଉଛି ସେ ସମ୍ପର୍କରେ ପଚାରି ବୁଝିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରୋଗୀ ସେବାରେ ଅଧିକ ଉନ୍ନତି ଆଣିବା ତଥା ସେମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ପରାମର୍ଶ ଦେଇଛନ୍ତି। ରୋଗୀମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ରହିବା, ଖାଇବା ଓ ଆଟେଣ୍ଡାଣ୍ଟଙ୍କ ପାଇଁ ଥିବା ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ । ଏହାସହିତ ହସ୍ପିଟାଲର ପରିମଳ ବ୍ୟବସ୍ଥା ସଂପର୍କରେ ମଧ୍ୟ ବୁଝିଥିଲେ।

କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯାଇ ରୋଗୀମାନଙ୍କ ପାଇଁ ଅଧିକ ସୁବିଧାର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ହସ୍ପିଟାଲରେ ରୋଗୀ ସେବାରେ ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀ ମାନେ ରୋଗୀ ମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ସେ ପରାମର୍ଶ ଦେଇଥିଲେ। ଏହି ଅବସରରେ ହସ୍ପିଟାଲର ଅସ୍ଥାୟୀ କର୍ମଚାରୀଙ୍କ ସହିତ ମଧ୍ୟ ଆଲୋଚନା କରି ସେମାନଙ୍କ ପ୍ରାପ୍ୟ ମଜୁରୀ ସମ୍ପର୍କରେ ବୁଝିଥିଲେ। ନୂଆ ବର୍ଦ୍ଧିତ ମଜୁରୀ ମିଳିବା ପରେ ସେମାନଙ୍କ ପ୍ରାପ୍ୟ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like