ଗୀତା ମେହେଟାଙ୍କ ପରଲୋକ: ଶେଷ ଦର୍ଶନ ପାଇଁ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଗୀତା ମେହେଟାଙ୍କ ପରଲୋକ। ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟାଙ୍କ ପରଲୋକ । ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି।

ଭୁବନେଶ୍ୱର (କେନ୍ୟୁଜ): ଗୀତା ମେହେଟାଙ୍କ ପରଲୋକ। ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟାଙ୍କ ପରଲୋକ । ଗତକାଲି ରାତିରେ ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ଗୀତାଙ୍କ ଶେଷ ଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଯିବେ ବୋଲି ଜଣାପଡ଼ିଛି। ୧୯୪୩ ମସିହାରେ ନୂଆଦିଲ୍ଲୀରେ ଜନ୍ମିତ ଗୀତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ଜ୍ଞାନ ପଟ୍ଟନାୟକଙ୍କର ଏକମାତ୍ର କନ୍ୟା। ସେ ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପାଠ ପଢ଼ିବା ପରେ ବ୍ରିଟେନର କେମ୍ବ୍ରିଜ୍ ବିଶ୍ବବିଦ୍ୟାଳୟରେ ଉଚ୍ଚଶିକ୍ଷା ହାସଲ କରିଥିଲେ।

୧୯୬୫ରେ ସେ ଆମେରିକାସ୍ଥିତ ଆଲଫ୍ରେଡ୍ ଏ ନୋଫ୍ ପ୍ରକାଶନୀ ସଂସ୍ଥାର ମୁଖ୍ୟ ସୋନି ମେହେଟାଙ୍କୁ ବିବାହ କରିଥିଲେ। ତାଙ୍କର ୨୦୧୯ ମସିହାରେ ପରଲୋକ ହୋଇଯାଇଛି। ତାଙ୍କର ଏକମାତ୍ର ପୁତ୍ରଙ୍କ ନାମ ଆଦିତ୍ୟ ସିଂହ ମେହେଟ୍ଟା। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି, ବହୁମୁଖୀ ପ୍ରତିଭାର ଅଧିକାରିଣୀ ଥିଲେ ଗୀତା ମେହେଟ୍ଟା। ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୋଦି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.