ରାଜ୍ୟ

ଆଜି ଭୁବନେଶ୍ବରରେ ରୋଡ ସୋ କରିବେ ମୁଖ୍ୟମନ୍ତ୍ରୀ, ଟ୍ରାଫିକ କଟକଣା ଜାରି

ଭୁବନେଶ୍ବର (କେନ୍ୟୁଜ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ତେଜିଲା କ୍ୟାମ୍ପେନ ତାତି ।  ଆଜି ଭୁବନେଶ୍ବରରେ ରୋଡ ସୋ କରିବେ ବିଜେଡି ସୁପ୍ରିମୋ ।  ଗଙ୍ଗନଗର ଛକକୁ ଜନପଥ ପର୍ଯ୍ୟନ୍ତ ହେବ ରୋଡ ସୋ ।  ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କ୍ୟାମ୍ପେନ କରିବେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ବର ଗଙ୍ଗନଗର ଛକରୁ ବାହାରିବ ରୋଡ ସୋ ।  LIC ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, ନୂଆସାହି , ବେହେରା ସାହି, ନିକୋ ପାର୍କ ଛକ , ବାୟାବାବା ମଠ ଦେଇ ଜନପଥ ପର୍ଯ୍ୟନ୍ତ ଯିବ ।  ରୋଡ ସୋ ବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ।  ଲକ୍ଷାଧିକ ଲୋକଙ୍କ ସମାଗମ ସମ୍ଭାବନା ଥିବାରୁ କର୍ଡନ ଉପରେ ଅଧିକ ଗୁରୁତ୍ୱ ଦିଆଯିବ ।  ରୋଡ ସୋ ବେଳେ ଉପସ୍ଥିତ ରହିବେ ବରିଷ୍ଠ ପୋଲିସ ଅଫିସର ।  ଉଚ୍ଚ ବିଲ୍ଡିଂ ମାନଙ୍କରେ ସୁରକ୍ଷାକର୍ମୀ ମଧ୍ୟ ନିୟୋଜିତ ରହିବେ । ଏପଟେ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ ପାଇଁ ଟ୍ରାଫିକ କଟକଣା ଜାରି ହୋଇଛି ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago