ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ୍ କରି କହିଛନ୍ତି କି ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ।

ଭୁବନେଶ୍ୱର (କେନ୍ୟୁଜ): ଆଜି ପବିତ୍ର ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ରତ୍ନ ସିଂହସନ ଛାଡ଼ି ରଥକୁ ଆସିବେ ତିନି ଠାକୁର । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ୍ କରି କହିଛନ୍ତି କି ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ।

ସେପଟେ ସକାଳ ସାଢ଼େ ୯ଟାରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ‌ହେବ । ତିନିରଥରେ ଶ୍ରୀଜିଉଙ୍କ ରୁନ୍ଧା ସହ ଚାରମାଳ ଫିଟା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ । ବହୁସଂଖ୍ୟାରେ ଭକ୍ତଙ୍କ ଆଗମନ ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.