ବିଧାନସଭାରେ କଳା ପୋଷାକ ପିନ୍ଧି କଂଗ୍ରେସ ବିଧାୟକଙ୍କ ହୋ-ହଲ୍ଲା , ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଚାଲି ପାରିଲାନି ବିଧାନସଭା ପ୍ରଶ୍ନକାଳ। ରାହୁଲ ଗାନ୍ଧିଙ୍କ ସାଂସଦ ପଦ ରଦ୍ଦ ପ୍ରସଙ୍ଗରେ କଳା ପୋଷାକ ପିନ୍ଧି କଂଗ୍ରେସ ବିଧାୟକମାନେ ଗୃହ ମଧ୍ୟଭାଗରେ ପ୍ରତିବାଦ ଓ ନାରାବାଜି କରିଥିଲେ ।

ଭୁବନେଶ୍ୱର (କେନ୍ୟୁଜ): ଚାଲି ପାରିଲାନି ବିଧାନସଭା ପ୍ରଶ୍ନକାଳ । ଆରମ୍ଭରୁ କଂଗ୍ରେସ ବିଧାୟକ ପ୍ରବଳ ହଟ୍ଟଗୋଳ କରିଥିଲେ । ରାହୁଲ ଗାନ୍ଧିଙ୍କ ସାଂସଦ ପଦ ରଦ୍ଦ ପ୍ରସଙ୍ଗରେ କଳା ପୋଷାକ ପିନ୍ଧି କଂଗ୍ରେସ ବିଧାୟକମାନେ ଗୃହ ମଧ୍ୟଭାଗରେ ପ୍ରତିବାଦ ଓ ନାରାବାଜି କରିଥିଲେ ।

ମୋଦୀ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ କଂଗ୍ରେସ ବିଧାୟକ । ଫଳରେ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା । ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ବାଚସ୍ପତି କହିଥିଲେ ମଧ୍ୟ ଏହାକୁ ଶୁଣିନଥିଲେ କଂଗ୍ରେସ ବିଧାୟକ । ଫଳରେ ଗୋଟିଏ ମିନିଟ୍ ଯାଏଁ ମଧ୍ୟ ସ୍ୱାଭାବିକ ଭାବେ ଚାଲି ପାରିନଥିଲା । କଂଗ୍ରେସ ବିଧାୟକଙ୍କ ଲଗାତାର ନାରାବାଜି କାରଣରୁ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି କରିଥିଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.