ବ୍ରଜରାଜନଗରରେ ତଦନ୍ତ ପାଇଁ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଟିମ୍, ଅଭିଯୁକ୍ତ ଏଏସଆଇଙ୍କୁ କରିବ ପଚରାଉଚୁରା

ଝାରସୁଗୁଡା (କେନ୍ୟୁଜ): ବ୍ରଜରାଜନଗର ଅଭିମୁଖେ ଗଲେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣାର ତଦନ୍ତ ପାଇଁ ଯାଇଛନ୍ତି। ଟିମରେ ୯ ଜଣ ସଦସ୍ୟ ସାମିଲ ରହିଛନ୍ତି । ଟିମର ୪ ସଦସ୍ୟ ହେଲିକପ୍ଟର ଯୋଗେ ଘଟଣାସ୍ଥଳ ଅଭିମୁଖେ ବାହାରିଛନ୍ତି । ଅନ୍ୟ ଗୋଟିଏ ୫ ଜଣିଆ ଟିମ୍ ଗାଡି ଯୋଗେ ଘଟଣାସ୍ଥଳକୁ ବାହାରିଛନ୍ତି । କ୍ରାଇମବ୍ରାଞ୍ଚ ଟିମ ଅଭିଯୁକ୍ତ ଏଏସଆଇଙ୍କୁ କରିବ ପଚରାଉଚୁରା।

ସୂଚନାଯୋଗ୍ୟ ଯେ, ମନ୍ତ୍ରୀ ନବଦାସଙ୍କୁ ଗୁଳିମାଡ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ମଧ୍ୟାହ୍ନ ସମୟରେ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ କରାଯାଇଥିଲା । ଗାନ୍ଧୀ ଛକ ଫାଣ୍ଡିର ଏଏସଆଇ ଗୋପାଳ ଦାସ ତାଙ୍କୁ ସାମ୍ନାରୁ ଗୁଳିମାଡ କରିଥିଲେ । ତେବେ ସେ କାହିଁକି ମନ୍ତ୍ରୀଙ୍କୁ ଗୁଳିମାଡ କରିଥିଲେ ସେ ନେଇ କୌଣସି ସୂଚନା ମିଳିପାରିନି । ଗୋପାଳ ଦାସଙ୍କୁ କାବୁ କରି ପୋଲିସ ପଚାରଉଚୁରା କରୁଛି । ତେବେ ସବୁଠାରୁ ବଡ କଥା ହେଲା ଘଟଣାସ୍ଥଳରେ ୪ରୁ ୫ ରାଉଣ୍ଡ ଗୁଳି ଫୁଟିଥିବାବେଳେ, ମନ୍ତ୍ରୀଙ୍କ ଦେହରେ ଗୁଳି ବାଜିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.