ସୁଦୃଶ୍ୟରେ ଲଘୁଚାପ: ୨୪ ଘଣ୍ଟାରେ ଅବପାତ ପରେ ପ୍ରବଳ ବର୍ଷିବ

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ନେଇପାରେ ଅବପାତର ରୂପ ।

ଭୁବନେଶ୍ୱର (କେନ୍ୟୁଜ): ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ନେଇପାରେ ଅବପାତର ରୂପ । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରରେ ଗତି କରିବ। ପରେ ଉତ୍ତର-ଆନ୍ଧ୍ର ପ୍ରଦେଶ ଦକ୍ଷିଶ ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି। ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା । କିଛି ସ୍ଥାନରେ ମୂଷଳ ଧାରାରେ ବର୍ଷା ହୋଇପାରେ ।

ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଗଞ୍ଜାମ, ଗଜପତି, ପୁରୀ, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେଗୁଡିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୟାଗଡ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜ । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଘଣ୍ଟାପ୍ରତି ପବନର ବେଗ ୪୫ରୁ ୫୫ କିମି ରହିପାରେ । ଆଜିଠୁ ୨୭ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ତଳିଆ ଅଞ୍ଚଳରେ ଜଳବନ୍ଦୀ ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.