ଲଗାଣ ବର୍ଷାରେ ଭିଜୁଛି ସାରା ଓଡ଼ିଶା , ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଲଗାଣ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଚି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆଜିଠୁ ବଢିବ ବର୍ଷାର ବିସ୍ତତି। କାଲିଠୁ ବଢିବ ବର୍ଷାର ପରିମାଣ। କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ଅକସ୍ମାତ ବନ୍ୟା ଓ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଉପୁଜିପାରେ ଜଳବନ୍ଦୀ ସମସ୍ୟା । ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ । ୧୩ ଓ ୧୪ ତାରିଖରେ ସମସ୍ତ ୩୦ଟି ଯାକ ଜିଲ୍ଲା ପାଇଁ ପାଣିପାଗ ସତର୍କତା ଜାରି ହୋଇଛି। ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.