ରାଜ୍ୟ

ସଜେଇ ହେଉଛି ଖଣ୍ଡପଡ଼ା ବ୍ଲକର ପ୍ରସିଦ୍ଧ ନୀଳମାଧବ ମନ୍ଦିର, ଆଗକୁ ହେବାକୁ ଯାଉଛି ବିଶ୍ଵ ସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର

ନୟାଗଡ଼ (କେନ୍ୟୁଜ): ସଜେଇ ହେଉଛି ଖଣ୍ଡପଡ଼ା ବ୍ଲକର ପ୍ରସିଦ୍ଧ ନୀଳମାଧବ ମନ୍ଦିର । ହଜାର ହଜାର ବର୍ଷର ପୁରୁଣା ମନ୍ଦିର ଏବେ ସଜେଇ ହେଉଛି । ଏ ନେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଥିବା ବେଳେ ଏହାକୁ ନେଇ ଅଞ୍ଚଳବାସୀ ବେଶ୍ ଖୁସି । ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ପୀଠ । ଆଗକୁ ହେବାକୁ ଯାଉଛି ବିଶ୍ଵ ସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ।

ଏଥିପାଇଁ ବିକାଶ ମୂଳକ କାମ ଜୋରସୋରରେ ଚାଲିଛି । ମନ୍ଦିର ମରାମତି ସାଙ୍ଗକୁ, ଚନ୍ଦନ ପୋଖରୀର ପୁନଃଉଦ୍ଧାର, ତୁଳସୀ ବଗିଚା, ପାର୍କିଂ ସ୍ଥାନ, ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ଲିଫ୍ଟ ସୁବିଧା, ମନ୍ଦିର ଚାରିପଟେ ଅନେକ ଉନ୍ନତୀ ମୂଳକ କାର୍ଯ୍ୟ ଜୋରସୋରରେ ଚାଲିଥିବା ଜଣାପଡ଼ିଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଣ୍ଟିଲୋ ନୀଳମାଧବ ମନ୍ଦିର ପାଇଁ ଦେଇଥିବା ୧୦୦ କୋଟି ଟଙ୍କାର ଅବଦାନ ନିଶ୍ଚିନ୍ତ ରୂପେ ମନ୍ଦିରର ବିକାଶ ଦିଗରେ ସହାୟ ହୋଇଛି ।

ଅନ୍ୟପକ୍ଷରେ ପୀଠର ଉନ୍ନତି ହେଲେ ବାହାର ରାଜ୍ୟର ଶ୍ରଦ୍ଧାଳୁଙ୍କୁ ମଧ୍ୟ ଆକର୍ଷିତ କରିବ ଓ ଅଞ୍ଚଳବାସୀଙ୍କ ବାଣିଜ୍ୟରେ ବହୁ ସହାୟ ହେବ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ମତପ୍ରକାଶ କରିଛନ୍ତି । ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସଂପର୍କ ରହିଛି । ବିଶ୍ୱାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ୱାବସୁଙ୍କ ଦ୍ୱାରା ପୂଜା ପାଉଥିଲେ ।

ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ । ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ । ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ୱାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ ।

KNews Bureau

Recent Posts

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…

1 min ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

6 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

15 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

33 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

35 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago