୨୩ ତାରିଖ ସକାଳ ୯ଟାରେ ହୀରାକୁଦରୁ ଛଡାଯିବ ବର୍ଷର ପ୍ରଥମ ବନ୍ୟାଜଳ, ନଦୀରେ ପ୍ରବେଶ ନକରିବାକୁ ପ୍ରଶାସନ କଲା ସତର୍କ

ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ଯୋଗୁଁ କ୍ରମାଗତ ଭାବେ ଜଳସ୍ତର ବୃଦ୍ଧି ପାଉଛି।  ତେଣୁ ବନ୍ୟାଜଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ। ଏହା ଫଳରେ ମହାନଦୀ ଓ ତାର ଶାଖା ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇବ।

କେନ୍ୟୁଜ୍(ବ୍ୟୁରୋ):  ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ। ୨୩ ତାରିଖ ସକାଳ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ଯୋଗୁଁ କ୍ରମାଗତ ଭାବେ ଜଳସ୍ତର ବୃଦ୍ଧି ପାଉଛି।  ତେଣୁ ବନ୍ୟାଜଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ। ଏହା ଫଳରେ ମହାନଦୀ ଓ ତାର ଶାଖା ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇବ। ତେଣୁ ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ବୁର୍ଲାସ୍ଥିତ ‘ହୀରାକୁଦ ହେଡ ୱାର୍କ୍ସ ଏବଂ ଅତିରିକ୍ତ ସ୍ପିଲୱେ’ର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ସୁଶୀଳ ବେହେରା କହିଛନ୍ତି ଯେ, ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ କରାଯିବା ଫଳରେ ମହାନଦୀ ଓ ଏହାର ଶାଖାନଦୀରେ ବୃଦ୍ଧି ପାଇବ ଜଳସ୍ତର। ତେଣୁ ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଲମ୍ବନ କରିବା ଆବଶ୍ୟକ। ଏହି ସମୟରେ ଯେପରି କୌଣସି ଦୁର୍ଘଟଣା ନଘଟେ ସେଥିପାଇଁ ନଦୀରେ ପ୍ରବେଶ ନକରିବାକୁ ପ୍ରଶାସନ ସତର୍କ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.