ପୁରୀ (କେନ୍ୟୁଜ): କୋଭିଡରେ ପିତାମାତାଙ୍କୁ ହରାଇଥିବା ପିଲାମାନଙ୍କୁ ଆଶୀର୍ବାଦ ଯୋଜନାରେ ଆର୍ଥିକ ସହାୟତା । ରାଜ୍ୟ ସରକାରଙ୍କ ଏହି ଯୋଜନାରେ ପୁରୀ ଜିଲ୍ଲାର ୧୧୭ ଜଣ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯାଇଛି । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଆଜି ସଦଭାବନା ଗୃହରେ ଆୟୋଜିତ ଏକ ସମାରୋହରେ ସହାୟତା ପ୍ରଦାନ କାର୍ଯ୍ୟର ଶୁଭାରମ୍ଭ କରିଥିଲେ । ପିତାମାତାଙ୍କୁ ହରାଇଥିବା ପିଲାଙ୍କୁ ୧୮ ବର୍ଷ ବୟସ ଯାଏ ମାସିକ ୨୫ ଶହ ଟଙ୍କା ଓ ଜଣଙ୍କୁ ହରାଇଥିବା ପିଲାଙ୍କୁ ୧୫ ଶହ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି ।
ସେପଟେ ଆଗକୁ ସମ୍ଭାବ୍ୟ ତୃତୀୟ ଲହରରେ ଅଧିକ ଶିଶୁ ପ୍ରଭାବିତ ହେବ। ଆଶଙ୍କାରେ ପୁରୀ ଜିଲ୍ଲାରେ ଆଇସିୟୁ ସଂଖ୍ୟା ବଢ଼ାଯିବା ସହ ଟେଷ୍ଟିଙ୍ଗକୁ ବ୍ୟାପକ କରାଯିବ । ଘର ଘର ବୁଲି ସର୍ଭେ ସହ ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ନଜର ରଖାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…