ଗଣତି ହେବ ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର, ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ

ଓଡ଼ିଶା ଗସ୍ତରେ ଆସିଛନ୍ତି ସୁପ୍ରିମକୋର୍ଟଙ୍କ ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ । ଆଜି ସେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ । ତାଙ୍କ ଅଧ୍ୟକ୍ଷତାରେ ଅପରାହଣରେ ରତ୍ନଭଣ୍ଡାରର ଅଳଙ୍କାର ଓ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ବସିବ ।

ପୁରୀ (କେନ୍ୟୁଜ): ଓଡ଼ିଶା ଗସ୍ତରେ ଆସିଛନ୍ତି ସୁପ୍ରିମକୋର୍ଟଙ୍କ ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ । ଆଜି ସେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ । ତାଙ୍କ ଅଧ୍ୟକ୍ଷତାରେ ଅପରାହଣରେ ରତ୍ନଭଣ୍ଡାରର ଅଳଙ୍କାର ଓ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ବସିବ । ହାଇକୋର୍ଟଙ୍କନିର୍ଦ୍ଦେଶ ଅନୁଯାୟୀ ଏହି ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଥିବା ବେଳେ ଉପାଧ୍ୟକ୍ଷ ଭାବେ ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା ଦାୟିତ୍ବ ତୁଲାଇବେ। କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି।

ଆହ୍ଲାବାଦ ବ୍ୟାଙ୍କର ପୂର୍ବତନ ସିଏମଡି ଡ. ବିଧୁଭୂଷଣ ସାମଲ, ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ, ସେବକ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ମାଧବ ଚନ୍ଦ୍ର ମହାପାତ୍ର, ଜଗନ୍ନାଥ କର ସଦସ୍ୟ ରହିଛନ୍ତି।

ସେହିପରି ଭଣ୍ଡାର ମେକାପ ସେବାୟତ ଗଣେଶ ମେକାପ ଏବଂ ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିରର ଉପମୁଖ୍ୟ ପ୍ରଶାସକ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ସଦସ୍ୟ ଆବାହକ ଭାବରେ କାର୍ଯ୍ୟ ତୁଲାଇବେ। ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟର କମିଟି ତଦାରଖ କରିବେ। ଶେଷ ଥର ପାଇଁ ୧୯୭୮ରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ହୋଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.