ରାଜ୍ୟ

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ବୌଦ୍ଧ ବନବିଭାଗରୁ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କାଠ

ପୁରୀ (କେନ୍ୟୁଜ): ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ବୌଦ୍ଧ ବନବିଭାଗରୁ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ l ବୌଦ୍ଧ ଜିଲ୍ଲାରୁ ଏକ ଟ୍ରକ ଯୋଗେ ଶ୍ରୀକ୍ଷେତ୍ରରେ ୪୦ଫୁଟିଆ ୨୮ଖଣ୍ଡ ଧଉରା କାଠ ପହଞ୍ଚିଛି। ଆସିଥିବା ଏହି ଧଉରା କାଠରେ ଚକରେ ଲାଗିବାକୁ ଥିବା ଅଖ ନିର୍ମାଣ ହେବ। ଚଳିତ ବର୍ଷ ଘୋଷଯାତ୍ରା ପାଇଁ ପ୍ରାୟ ତିନି ଶହ ଖଣ୍ଡ ରଥକାଠ ପ୍ରେରଣ ପାଇଁ ଲକ୍ଷ୍ୟ ରଖାଯାଇଛି।

ବୌଦ୍ଧ ବନଖଣ୍ଡ କାର୍ଯ୍ୟାଳୟ ଠାରେ ରଥକାଠ ପ୍ରେରଣ ପାଇଁ ପୂଜାର୍ଚ୍ଚନା କରାଯାଇଥିଲା । ତେବେ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଜଙ୍ଗଲ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ , ଏସପି ରାଜପ୍ରସାଦ, ବନଖଣ୍ଡ ଅଧିକାରୀ, ଉପଜିଲ୍ଲାପାଳ, ନଗରପାଳ, ଏସିଏଫ, ତହସିଲଦାର ପ୍ରମୁଖ ରଥକାଠ ପ୍ରେରଣର ଶୁଭାରମ୍ଭ କରିଥିଲେ ।

ତେବେ ରଥକାଠକୁ ସ୍ବତନ୍ତ୍ର ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ମଧ୍ୟରେ ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ପ୍ରେରଣ କରାଯାଇଥିଲା । ଶହଶହ ଶ୍ରଦ୍ଧାଳୁ ଭାବ ବିନୋଦିଆ ଠାକୁରଙ୍କ ଉଦ୍ଦେଶ୍ୟରେ ପ୍ରେରିତ ହେଉଥିବା ଏହି ରଥକାଠକୁ ଦର୍ଶନ କରି ଭାବ ବିହ୍ବଳ ହୋଇ ଥିଲେ । ତେବେ ଜଗତର ନାଥ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଲୀଳା କ୍ଷେତ୍ର ଗଡଜାତ ବୌଦ୍ଧ । ବୌଦ୍ଧ ସହିତ ପୁରୀ ଶ୍ରୀମନ୍ଦିରର ସମ୍ପର୍କ ଦୀର୍ଘ କାଳରୁ ରହିଆସିଛି ।

Barsha

Recent Posts

୧୦ ଟଙ୍କିଆ ଥଣ୍ଡା ପାନୀୟ ଭିତରୁ ବାହାରିଲା କଣ୍ଡୋମ୍: ଆଶ୍ଚର୍ଯ୍ୟ ଲାଗୁଛି ନା, କିନ୍ତୁ ଘଟଣାଟି ସତ

ମୋହନା(କେନ୍ୟୁଜ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ଗଜପତି ଜିଲ୍ଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି…

23 mins ago

ପୁଣି ବିରୋଧୀଙ୍କ ଉପରେ ବର୍ଷିଲେ ପାଣ୍ଡିଆନ୍, କହିଲେ ଚାଷୀଙ୍କ ପାଇଁ କିଛି କରିନି ବିଜେପି

ଭୁବନେଶ୍ୱର (କେନ୍ୟୁଜ): ବିଜେପି ଉପରେ ପୁଣି ବର୍ଷିଲେ କାର୍ତ୍ତିକ ପାଣ୍ଡିଆନ୍ । କେନ୍ଦ୍ରରେ ଦଶ ବର୍ଷ କ୍ଷମତାରେ ରହିବା ସତ୍ତ୍ବେ…

34 mins ago

ସେଣ୍ଟ୍ରାଲ ବ୍ୟାଙ୍କରେ ଖାଲିପଡିଛି ଅନେକ ପଦବୀ, ଇଣ୍ଟରଭ୍ୟୁରେ ହେବ ଚୟନ

ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ବ୍ୟାଙ୍କରେ ବିଭିନ୍ନ ପଦବୀ…

39 mins ago

ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, SCB ମେଡିକାଲରେ ଭର୍ତ୍ତି

କଟକ (କେନ୍ୟୁଜ): କଟକ scb ବଡ଼ ମେଡିକାଲରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।  ସ୍ୱାସ୍ଥ୍ୟ ଅବସ୍ଥା ଖରାପ…

2 hours ago

ଜୟପୁର ସହରରୁ ଜବତ ହୋଇଛି ମାଳ ମାଳ ନକଲି ଗୁଟୁଖା ! ବ୍ୟବସାୟୀ କହୁଛନ୍ତି ‘ମୁଁ କିଛି ଜାଣିନି’

ଜୟପୁର(କେନ୍ୟୁଜ): ହୋଇଯାଆନ୍ତୁ ସାମଧାନ । ବିଡ଼ି, ସିଗାରେଟ, ଗୁଟୁଖା,ଖଇନି ଖାଉଥିଲେ ଚାଲିଯିବ ଜୀବନ । କାଳ ସାଜିପାରେ ଗୁଟୁଖା ଖାଇବା…

2 hours ago

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…

3 hours ago