ରାଜ୍ୟ

ଛାତ ଉପରୁ ବିବାହିତା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଜଳେଶ୍ୱର (କେନ୍ୟୁଜ): ଘରର ଛାତ ଉପରୁ ବିବାହିତା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର। ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ଜୟନଗର ଗ୍ରାମରେ ଘଟିଛି ଏପରି ଅଭାବନୀୟ ଘଟଣା। ତେବେ ଏହା ହତ୍ଯା ନା ଆତ୍ମହତ୍ଯା କାରଣ ଅସ୍ପଷ୍ଟ ରହିଛି। ମୃତକ ହେଲେ ମିଲି ପରିଡ଼ା। ଏହି ଘଟଣାକୁ ନେଇ ଶାଶୁ ଭାରତୀ ପରିଡ଼ା ଆତ୍ମହତ୍ୟା ବୋଲି କହୁଥିବା ବେଳେ ମହିଳାଙ୍କ ବାପଘର ଲୋକେ ଏହାକୁ ହତ୍ଯାକାଣ୍ତ ବୋଲି ଅଭିଯୋଗ କରିଛନ୍ତି।

ସୂଚନା ଅନୁଯାୟୀ ସାତ ବର୍ଷ ପୂର୍ବେ ଜୟନଗର ଗ୍ରାମର ହେମନ୍ତଙ୍କ ପରିଡାଙ୍କ ପୁଅ ଭାଗିରଥ ପରିଡା ମିଲିଙ୍କୁ ବିବାହ କରିଥିଲେ। ଉଭୟଙ୍କର ଗୋଟେ ୬ବର୍ଷର ପୁଅ ଓ ୨ ବର୍ଷର ଝିଅ ଅଛି। ଗତ କାଲି ରାତିରେ ଖାଇ ପିଇ ସମସ୍ତେ ଶୋଇ ଥିଲେ କିନ୍ତୁ ଆଜି ସକାଳୁ ଘରର ଛାତ ଉପରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମିଲିଙ୍କ ମୃତଦେହ ପଡ଼ି ଥିବା ଦେଖିବାକୁ ମିଳିଛି। ମିଲିଙ୍କ ସ୍ବାମୀ ବାହାର ରାଜ୍ଯରେ କାମ କରୁଥିବା ବେଳେ ଘରର ଛାତ ଉପରେ ବୋହୁର ମୃତଦେହ ପଡିବା ଘଟଣା ଶାଶୁ ଶଶୁର କେମିତି ଜାଣି ପାରିଲେନି ତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

Barsha

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

17 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

25 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

42 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago