ଆଜିଠାରୁ ଆହୁରି ଭୟଙ୍କର ହେବ ଗ୍ରୀଷ୍ମପ୍ରବାହ, ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଆଜିଠୁ ଆହୁରି ଅସମ୍ଭାଳ । ଗତ କିଛି ଦିନ ହେବ ରାଜ୍ୟବାସୀଙ୍କୁ କଲବଲ କରୁଥିବା ଗ୍ରୀଷ୍ମପ୍ରବାହ ଆଜିଠାରୁ ଆହୁରି ଭୟଙ୍କର ହେବ । ଆଜି ଓ ଆସନ୍ତାକାଲି ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଆହୁରି ଅସମ୍ଭାଳ । ଗତ କିଛି ଦିନ ହେବ ରାଜ୍ୟବାସୀଙ୍କୁ କଲବଲ କରୁଥିବା ଗ୍ରୀଷ୍ମପ୍ରବାହ ଆଜିଠାରୁ ଆହୁରି ଭୟଙ୍କର ହେବ । ଆଜି ଓ ଆସନ୍ତାକାଲି ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସ୍ଥିତି ଯାହା ଥିଲା ଆହୁରି ବିଗିଡ଼ିବ । ଆଜି ପାଇଁ ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଗଜପତି, ଗଂଜାମ, ବାଲେଶ୍ବର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ପାଇଁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ। ୧୮ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ୨୭ ତାରିଖରେ ୧୫ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାଣ୍ଣିଂ। ଏହି ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ବାଲେଶ୍ବର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ଭଦ୍ରକ, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ନୂଆପଡ଼ା, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ ବୌଦ୍ଧ।

ରାଜ୍ୟକୁ ପ୍ରଚୁର ମାତ୍ରାରେ ଶୁଷ୍କ ଓ ଗରମ ପବନ ପ୍ରବେଶ କରିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଭୀଷଣ ଗ୍ରୀଷ୍ମ ଲହରୀ ଜାରି କରାଯାଇଛି। ବର୍ତ୍ତମାନ ସ୍ବାଭାବିକ ତୁଳନାର ତାପମାତ୍ରା ୩ରୁ ୪ ଡିଗ୍ରୀ ଓ କିଛି ସଥାନରେ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଦିକ ରହୁଚି। ଗତକାଲି ୩୩ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଥିଲା। ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବିସ୍ତାରିତ ଆକଳନ ଅନୁଯାୟୀ ମେ ଦ୍ବିତୀୟ ସପ୍ତାହ ପର୍ଯ୍ୟନ୍ତ ନିସ୍ତାର ମିଳିବନି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.