୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ତାଲିକାକୁ ରଦ୍ଦ କଲେ ହାଇକୋର୍ଟ, ମାସକ ଭିତରେ ନୂଆ ତାଲିକା ଘୋଷଣା ପାଇଁ ନିର୍ଦ୍ଦେଶ

କଟକ (କେନ୍ୟୁଜ): ୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ଘୋଷଣା କରାଯାଇଥିବା ତାଲିକା ରଦ୍ଦ କରିଛନ୍ତି ହାଇକୋର୍ଟ । ଆସନ୍ତା ଏକ ମାସ ଭିତରେ ନିୟମାବଳୀ ଅନୁସାରେ ସାନି ମନୋନୟନ ତାଲିକା ଘୋଷଣା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜୁରୀ ମାନେ ପୁନର୍ବିଚାର କରି ୩୧ ତମ ଓଡ଼ିଶା ରାଜ୍ୟ ସିନେମା ଆୱାର୍ଡ-୨୦୧୯ ଘୋଷଣା କରିବାକୁ ନିର୍ଦ୍ଦେଶ ଦିଆଯାଇଛ । ଅନ୍ୟ ଭାଷାର ଚଳଚ୍ଚିତ୍ରରୁ ରିମେକ୍‌ ହୋଇଥିବା ଦୁଇ ଓଡ଼ିଆ ଚଳଚ୍ଚିତ୍ର ‘ଖୁସି’ ଓ ‘ଗୋଲମାଲ ଲଭ୍‌’କୁ କୌଣସି ବର୍ଗରେ ପୁରସ୍କାର ପାଇଁ ବିଚାରକୁ ନିଆଯିବ ନାହିଁ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି ।

ଜଷ୍ଟିସ୍‌ ଡକ୍ଟର ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶକ ବବି ଇସଲାମଙ୍କ ଆବେଦନର ଶୁଣାଣି କରି ଏଭଳି ନିର୍ଦେଶ ଦେଇଛନ୍ତି କୋର୍ଟ । ଛବିରାଣି ଚଳଚ୍ଚିତ୍ର ନିର୍ଦ୍ଦେଶକ ବବି ଇସଲାମଙ୍କ ତରଫରୁ ଚଳଚ୍ଚିତ୍ର ପୁରସ୍କାର ଚୟନ ପ୍ରକ୍ରିୟା ତ୍ରୁଟିପୂର୍ଣ୍ଣ ବୋଲି ଦର୍ଶାଇ ଏହି ମାମଲା ଦାୟର ହୋଇଥିଲା । ବିଦେଶୀ ଓ ରାଜ୍ୟ ବାହାରର ସିନେମାକୁ ପୁରସ୍କାର ଦିଆଯାଇଥିଲେ ସୁଦ୍ଧା ୮୦ ଦଶକର ଚର୍ଚିତ ଘଟଣା ଉପରେ ନିର୍ମିତ ହୋଇଥିବା ଓଡ଼ିଆ ଫିଲ୍ମ ଛବିରାଣୀକୁ ୨୭ଟି ସମ୍ମାନରୁ ଗୋଟିଏରେ ବଛା ଯାଇନାହିଁ ବୋଲି ସେ ଅଭିଯୋଗ ଆଣିଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.