ରାଜ୍ୟ

ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହୋଇଥିବା ନିର୍ବାଚନୀ ମାମଲାକୁ ଖାରଜ କଲେ ହାଇକୋର୍ଟ

କଟକ(କେନ୍ୟୁଜ୍): ଓଡିଶା ହାଇକୋର୍ଟରେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହୋଇଥିବା ନିର୍ବାଚନୀ ମାମଲାକୁ ଖାରଜ କରି ଦେଇଛନ୍ତି ହାଇକୋର୍ଟ। ବାଲେଶ୍ଵର ସାଂସଦ ମିଥ୍ୟା ଓ ଅସମ୍ପୂର୍ଣ୍ଣ ସତ୍ୟପାଠ ଦାଖଲ କରିଥିବା ଏହି ମାମଲା ଜଣେ ଭୋଟର ଯଦୁନାଥ ସେଠୀଙ୍କ ପକ୍ଷରୁ ରୁଜୁ ହୋଇଥିଲା। ବାରମ୍ବାର ଶୁଣାଣି ତାରିଖ ରଖିବା ସତ୍ତ୍ୱେ ଆବେଦନକାରୀ କିମ୍ବା ତାଙ୍କ ଓକିଲ ହାଇକୋର୍ଟରେ ଉପସ୍ଥିତ ନ ରହିବାରୁ ମାମଲାଟିକୁ ଖାରଜ କରି ଦେଇଛନ୍ତି ଜଷ୍ଟିସ ଦେଵବ୍ରତ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ। ଏଭଳି ଏକ ନିର୍ବାଚନି ମାମଲାରେ ବାରମ୍ବାର ସୁଯୋଗ ଦେବା ସତ୍ତ୍ୱେ କୋର୍ଟରେ ଉପସ୍ଥିତ ରହିଲେ ନାହିଁ ଆବେଦନକାରୀଙ୍କ ଓକିଲ। ତେଣୁ ମାମଲାକୁ ଖାରଜ କରି ଦେଇଛନ୍ତି ହାଇକୋର୍ଟ। ଏହା ସହିତ ଏହି ମାମଲା ଚାଲୁ ରହି ଥିବାରୁ ବାଲେଶ୍ଵର ଲୋକସଭା ଆସନର ଇଭିଏମ ଓ ଭିଭିପାଟ ଗୁଡିକୁ ଷ୍ଟ୍ରଙ୍ଗ ରୁମରୁ ଖାଲି ହୋଇ ନ ଥିଲା। ଅନ୍ୟ ସ୍ଥାନରେ ନିର୍ବାଚନ ପାଇଁ ଇଭିଏମ ଓ ଭିଭିପାଟ ଗୁଡିକ ଆବଶ୍ୟକ ରହୁଥିବାରୁ ଷ୍ଟ୍ରଙ୍ଗ ରୁମରୁ ଏଗୁଡ଼ିକୁ ଖାଲି କରିବାକୁ ଆବେଦନ କରିଥିଲେ ନିର୍ବାଚନ କମିଶନ। ଏହି ଆବେଦନକୁ ଗ୍ରହଣ କରିଛନ୍ତି ହାଇକୋର୍ଟ।

ଇଭିଏମ ଓ ଭିଭିପାଟ ଗୁଡିକୁ ଅନ୍ୟତ୍ର ସ୍ଥାନାନ୍ତରିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ବାଲେଶ୍ବର ଲୋକସଭା ଆସନରୁ ଶ୍ରୀ ଷଡଙ୍ଗୀଙ୍କ ନିର୍ବାଚନକୁ ଚାଲେଞ୍ଜ କରି ଦାୟର ଏହି ନର୍ବାଚନୀ ମାମଲାରେ ଆବେଦନକାରୀ ଦର୍ଶାଇଥିଲେ ଯେ, ବିଜେପି ପ୍ରାର୍ଥୀ ଶ୍ରୀ ଷଡ଼ଙ୍ଗୀ ନାମାଙ୍କନ ଦାଖଲ ବେଳେ ଦେଇଥିବା ସତ୍ୟପାଠ ସଂପୂର୍ଣ୍ଣ ନୁହେଁ। ଏଥିରେ ସେ ସବୁ ତଥ୍ୟ ଦେଇ ନାହାନ୍ତି। ବହୁ ତଥ୍ୟ ଲୁଚାଇଛନ୍ତି। ତାଙ୍କ ବିରୋଧରେ ଥିବା ଅପରାଧିକ ମାମଲା, ସଂପତ୍ତି ଓ ଅନ୍ୟ କେତେକ ପ୍ରସଂଗରେ ସେ ସଂପୂର୍ଣ୍ଣ ତଥ୍ୟ ପ୍ରଦାନ କରି ନାହାନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରାର୍ଥୀ ସତ୍ୟପାଠରେ ଭୁଲ ତଥ୍ୟ ଦେଇଥିଲେ ନିର୍ବାଚନ ଫଳାଫଳ ରଦ୍ଦ ହେବ। ଏପରି ପରିସ୍ଥିତିରେ ସାଂସଦ ଭାବେ ଶ୍ରୀ ଷଡଙ୍ଗୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉ ବୋଲି ଆବେଦନକାରୀ ପ୍ରାର୍ଥନା କରିଥିଲେ। ଏଥି ସହିତ ନିର୍ବାଚନରେ ଦ୍ବିତୀୟ ସ୍ଥାନରେ ରହିଥିବା ପ୍ରାର୍ଥୀଙ୍କୁ ବିଜୟୀ ଘୋଷଣା କରାଯାଉ ବୋଲି ଆବେଦନକାରୀ ଦର୍ଶାଇଥିଲେ। ସୂଚନାଯୋଗ୍ୟ ବାଲେଶ୍ବର ଲୋକସଭା ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ ବିଜେପି ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ୪, ୮୩, ୮୫୮ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ୪,୭୦, ୯୦୨ଖଣ୍ଡ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଥିଲେ।

KNews Bureau

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

2 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

2 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

2 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

3 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

3 hours ago