ରାଜ୍ୟ

ଖଗେଶ୍ବର ପାତ୍ରଙ୍କୁ ହାଇକୋର୍ଟ ଦେଲେ ସର୍ତ୍ତମୂଳକ ଜାମିନ

କଟକ(କେନ୍ୟୁଜ୍): ଇଡି ପକ୍ଷରୁ ରୁଜ୍ଜୁ ହୋଇଥିବା ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ଅନ୍ୟତମ ଅଭିଯୁକ୍ତ ଖଗେଶ୍ବର ପାତ୍ରଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି। ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଖଗେଶ୍ବରଙ୍କ ନିୟମିତ ଜାମିନ ଆବେଦନର ଅଗଷ୍ଟ ୯ରେ ଶୁଣାଣି ଶେଷ କରିବା ସହିତ ରାୟ ସଂରକ୍ଷିତ ରଖିଥିଲେ। ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। ଆବଶ୍ୟକ ସର୍ତ୍ତ ପୂରଣ ପରେ ଖଗେଶ୍ବରଙ୍କୁ ଜାମିନରେ ଛାଡିବାକୁ ନିମ୍ନ ଅଦାଲତଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ବ୍ଲାକମେଲ ଘଟଣାରେ ଅର୍ଚ୍ଚନାଙ୍କ ଗିରଫଦାରୀ ପରେ ତାଙ୍କ କଳାଟଙ୍କା କାରବାର ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହାପରେ ଇଡି ଏ ନେଇ ମାମଲା ରୁଜୁ କରି ତଦନ୍ତ କରିଥିଲା। ଏହି ମାମଲାରେ ଖଗେଶ୍ବରଙ୍କୁ ଇଡି ଗିରଫ କରିଥିଲା। ପରବର୍ତ୍ତୀ ସମୟରେ ଅର୍ଚ୍ଚନା ନାଗ, ଜଗବନ୍ଧୁ ଚାନ୍ଦ ଓ ଖଗେଶ୍ବରଙ୍କ ସହିତ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ବିରୋଧରେ ସ୍ବତନ୍ତ୍ର ଅଦାଲତରେ ଇଡି ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଥିଲା।ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଅଭିରାମ ପାତ୍ର ଏହି ମାମଲା ପରିଚାଳନା କରୁଥିଲେ।

Sasmita

Recent Posts

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଥିଲେ, ହେଲେ ଛାଡିଲେନି ଗାଁର ମହିଳା । ସିଧା ଘରକୁ ଗଲେ ଆଉ ପକାଇଲେ…

6 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

24 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

26 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago