ସାରା ରାଜ୍ୟରେ ନିଆଁ ବର୍ଷା: ଆଜି ୯ ଜିଲ୍ଲାରେ ଅନୁଭୂତ ହୋଇପାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ

ନାକେଦମ କରୁଛି ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ଅସହ୍ୟ ତାତି ଅନୁଭୂତ ହେବ ।ଆସନ୍ତା ୫ ଦିନ ଯାଏଁ ଦିନର ତାପମାତ୍ରା ୩ ରୁ ୫ ଡିଗ୍ରୀ ଅଧିକ ରହିବ।

ଭୁବନେଶ୍ୱର (କେନ୍ୟୁଜ): ନାକେଦମ କରୁଛି ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ଅସହ୍ୟ ତାତି ଅନୁଭୂତ ହେବ । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ସୁନ୍ଦରଗଡ଼, ବଲାଙ୍ଗୀର, ବୌଦ୍ଧ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ୫ ଦିନ ଯାଏଁ ଦିନର ତାପମାତ୍ରା ୩ ରୁ ୫ ଡିଗ୍ରୀ ଅଧିକ ରହିବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଗରମ ପବନ ପ୍ରବେଶ କରୁଛି ଯାହା ତାପମାତ୍ରା ବୃଦ୍ଧି କରାଇବାରେ ସହାୟକ ହେଉଛି । କିଛି କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏଁ ଅଧିକ ରହିବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ହୋଇଥିଲା । କିଛି କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୫ ଡିଗ୍ରୀ ଯାଏଁ ଅଧିକ ରହିଥିଲା ।ଝାରସୁଗୁଡ଼ା ପାଲଟି ଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର । ସ୍ବାଭାବିକ ଠାରୁ ୬ଡିଗ୍ରୀ ଅଧିକ ତାତି ରେକର୍ଡ କରାଯାଇଥିଲା । ୧୬ ସହରର ତାପମାତ୍ରା ୪୨ ଡିଗ୍ରୀ ଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.