ରାଜ୍ୟ

ଘର ଭିତରେ ପଡିଛି ସ୍ତ୍ରୀର ମୃତଦେହ, ୬ ମାସର ଛୁଆକୁ ଛାଡ଼ି ସ୍ୱାମୀ ଫେରାର

ବୌଦ୍ଧ (କେନ୍ୟୁଜ): ଘର ଭିତରେ ସ୍ତ୍ରୀର ମୃତଦେହ, ସ୍ୱାମୀ ଫେରାର। ୬ ମାସର ଛୁଆକୁ ଛାଡ଼ି ଫେରାର ହୋଇଯାଇଛି ସ୍ୱାମୀ । ବୌଦ୍ଧର ପଣୁଆ ସାହିରେ ଏହି ଘଟଣା ଘଟିଛି। ମହିଳା ଜଣଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଉଭୟ ସ୍ୱାମୀ-ସ୍ତ୍ରୀ ରାଜସ୍ଥାନରୁ ଆସି ବୌଦ୍ଧ ସହରର ୧ ନମ୍ବର ୱାର୍ଡରେ ରହୁଥିଲେ। ସ୍ୱାମୀ ଫେରିବାଲା କାମ କରି ପରିବାର ପ୍ରତିପୋଷଣ କରୁଥିଲେ।

ଗତକାଲି ବିଳମ୍ବିତ ରାତିରେ କୌଣସି କାରଣରୁ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ସାମାନ୍ୟ ବଚସା ହୋଇଥିଲା । ପରେ ମହିଳା ଜଣକ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ସ୍ୱାମୀ ଫେରାର ହୋଇଯାଇଛି। ୬ମାସର ଶିଶୁ କନ୍ୟା ଘର ଭିତରେ ରହିଛି। ଘର ମାଲିକ ବୌଦ୍ଧ ଆଦର୍ଶ ଥାନାରେ ଅଭିଯୋଗ କରିଛନ୍ତି। ଘଟଣା ସ୍ଥଳରେ ଆଦର୍ଶ ଥାନା ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ।

 

Barsha

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

6 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

17 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

27 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

56 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago