ପଟାମୁଣ୍ଡାଇ (କେନ୍ୟୁଜ): ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ମାନସ ରଞ୍ଜନ ଧଳ। ଜଣେ ଶିକ୍ଷକଙ୍କର ବକେୟା(ଏରିଅର୍) ଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ, ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଜଣାଯାଇଛି।
ସୂଚନା ଅନୁସାରେ ପଟାମୁଣ୍ଡାଇ ଅଞ୍ଚଳର ଶିକ୍ଷକ ପ୍ରଫୁଲ କୁମାର ପରିଡାଙ୍କ ଠାରୁ ଏରିଅର୍ ସଂକ୍ରାନ୍ତୀୟ କାଗଜ ପତ୍ର କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।ହେଲେ ଏନେଇ ପ୍ରଫୁଲ କୁମାର କେନ୍ଦ୍ରାପଡା ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ଆଜି କନିଷ୍ଠ କିରାଣୀ ମାନସ ରଞ୍ଜନ ଧଳ ୧୦ ହଜାର ଟଙ୍କା ପ୍ରଫୁଲ କୁମାର ପରିଡାଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ତାଙ୍କୁ ଧରିଥିଲା। କିରାଣୀ ମାନସଙ୍କ ଠାରୁ ରେଡ ହ୍ୟାଣ୍ଡରେ ୧୦ ହଜାରେ ଟଙ୍କା ଜବତ କରିବା ସହିତ ମାନସଙ୍କୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି। ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଅଧିକ କାଗଜ ପତ୍ର ଖୋଳତାଡ଼ କରିବା ସହିତ ପୁରୁଣା ରେକର୍ଡ ଯାଞ୍ଚ କରୁଛି।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…