ଜାରି ରହିଛି କାଳବୈଶାଖୀ ପ୍ରଭାବ: ୨୯ ତାରିଖ ଯାଏ ଖରାରୁ ମିଳିବ ତ୍ରାହି

କାଳବୈଶାଖୀ ଯୋଗୁ ପାଗ ଥଣ୍ଡା ରହିଛି । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗୀର ।

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ଉପରେ ଜାରି ରହିଛି କାଳବୈଶାଖୀ ପ୍ରଭାବ । ବିଭିନ୍ନ ସ୍ଥାନରେ ଲାଗି ରହିଛି ଝଡ଼ ବର୍ଷା । ପାଗ ଥଣ୍ଡା ରହିଛି । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗୀର । ଝଡ଼ ବର୍ଷା ସାଙ୍ଗକୁ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ରହିପାରେ ।

ଆସନ୍ତାକାଲି କାଳବୈଶାଖୀ ପ୍ରଭାବ ଟିକେ ଅଧିକ ରହିବ । କାଲି ପାଇଁ ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି । ୨୮ ତାରିଖ ଦିନ ବର୍ଷା ବିସ୍ତତି କମିବ । ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିବ । ଫଳରେ ୫ ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୫ ଦିନ ପରେ ରାଜ୍ୟରେ ତାପମାତ୍ରା ଧୀରେ ଧୀରେ ୨ରୁ ୪ ଡିଗ୍ରୀ ଯାଏ ବୃଦ୍ଧି ପାଇବ । କାଳବୈଶାଖୀ ଜନିତ ବର୍ଷା ଯୋଗୁ ଏବେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.