ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ନୂତନ ଅନ୍‌ଲାଇନ୍ ପୋର୍ଟାଲ ଲୋକାର୍ପିତ କଲେ ଶ୍ରମ ମନ୍ତ୍ରୀ , ଦେଲେ ୨୬୬୦ କୋଟି ସହାୟତା

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ । ସମାରୋହକୁ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ୩୫ ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକଙ୍କୁ ବୋର୍ଡ ଅଧିନରେ ପଞ୍ଜିକୃତ କରାଯାଇଛି । ଏଥିରେ ୨୬୬୦ କୋଟି ଟଙ୍କା ସହାୟତା ପ୍ରଦାନ କରାଯାଇଛି । ନିର୍ମାଣ ଶ୍ରମିକଙ୍କ ପରିବାରକୁ ଶିକ୍ଷାବୃତ୍ତି, ବିବାହ, ପ୍ରସୂତି, ମୃତ୍ୟୁ, ଅନ୍ତେଷ୍ଟିକ୍ରିୟା ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ।

ନିର୍ମାଣ ଶ୍ରମିକ ପକ୍କାଘର ଯୋଜନା, ନିର୍ମାଣ ଶ୍ରମିକ ପେନସନ୍‌ ଯୋଜନା କାର୍ଯ୍ୟକାରୀ ହୋଇଛି । ଏହି ବ୍ୟବସ୍ଥା ଦ୍ବାରା ନିର୍ମାଣ ଶ୍ରମିକମାନଙ୍କୁ ପଞ୍ଜିକରଣ, ନବୀକରଣ ଓ ସହାୟତା ଆବେଦନ ନିମନ୍ତେ ଏବେ ଆଉ ଶ୍ରମ କାର୍ଯ୍ୟାଳୟକୁ ଯିବାକୁ ପଡ଼ିବ ନାହିଁ । ଶ୍ରମିକ ଭାଇଭଉଣୀମାନେ ଘରେ ବସି ମଧ୍ୟ ଉପରୋକ୍ତ ସେବା ପାଇପାରିବେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ରାଜ୍ୟ ଶ୍ରମ ନିର୍ଦ୍ଦେଶାଳୟ (www.labourdirectorate.odisha.gov, in) ଏବଂ କାରଖାନା ଓ ବାଵିତ୍ର ନିର୍ଦ୍ଦେଶାଳୟ (www.dfb.odisha.gov.in)ର ଦୁଇଗୋଟି ୱେବ୍‌ସାଇଟକୁ ମଧ୍ୟ ଲୋକାର୍ପଣ କରିଥିଲେ।

ଏହା ସହିତ ITI ଓ ଡିପ୍ଲୋମା ପାଠ ପଢ଼ିବା ପାଇଁ ନର୍ମାଣ କୁସୁମ ଯୋଜନା ରାଜ୍ୟ ସରକାର କାର୍ଯ୍ୟକାରୀ କରିଛନ୍ତି । ଏହା ସହିତ ‘ଶ୍ରମ କଲ୍ୟାଣ’ ନାମକ ଏକ ବୁଲେଟିନ୍‌ ମଧ୍ୟ ଉନ୍ମୋଚିତ ହୋଇଥିଲା । ବିଭିନ୍ନ ଶ୍ରମିକ ଭାଇଭଉଣୀମାନଙ୍କୁ ବିଭାଗ ତରଫରୁ ମୁଖ୍ୟଅତିଥ୍‌ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଶ୍ରମିକମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଅଙ୍ଗୀକାରବଦ୍ଧ ବୋଲି କହିଛନ୍ତି ମୁଖ୍ୟ ସଚିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.