ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିରେ ଶେଷ ପର୍ୟ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଆସିବ । ଆଉ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ । ଏନେଇ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଲାଣି । ୧ କୋଟି ୪୬ ଲକ୍ଷ ଏଯାବତ ପଞ୍ଜିକରଣ କରି ସାରିଛନ୍ତି ।
ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି । ୨୨ ପ୍ରତିଶତ କାମ ସମାଧାନ ହେଇସାରିଛି , ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ତେବେ ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କ ସମ୍ମୁଖରେ ବର୍ତ୍ତମାନ ପ୍ରବଳ ଭିଡ ରହୁଛି । ତେବେ ବ୍ୟାଙ୍କରେ ଅଯଥା ଭିଡ ନକରିବାକୁ କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ । ଯାହାର ଆଧାର କାର୍ଡ ସହ ରାସନ୍ କାର୍ଡ ମ୍ୟାଚ୍ ନାହିଁ, ସେମାନେ ବ୍ୟାଙ୍କରେ ଆଧାର ଲିଙ୍କ କଲେ ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା ।