ସାରା ରାଜ୍ୟରେ କାଳବୈଶାଖୀ ଜାରି: ୧୯ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କ କରାଇଲା ପାଣିପାଗ କେନ୍ଦ୍ର, ୨୯ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଗତକାଲି ପରି ଆଜି ମଧ୍ୟ ଏପରି ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ସମୂଦ୍ର ଅଶାନ୍ତ ରହିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଜି ରାଜ୍ୟର ୧୯ଟି ଜିଲ୍ଲା ପାଇଁ ବର୍ଷା ଓ ବଜ୍ରପାତ ସତର୍କତା ଜାରି କରାଯାଇଛି । କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ । ଆସନ୍ତା ୨୯ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସମୁଦ୍ର ଓ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରିଭାଗରେ ଲଘୁଚାପ ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.