Below header

ଛତିଶଗଡ଼ ସୁକ୍‌ମା ବୁର୍କାଲଙ୍କା ଜଙ୍ଗଲରେ ଗୁଳି ବିନିମୟ, ଜଣେ ହାର୍ଡକୋର ମାଓବାଦୀ ମୃତ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାର ବୁର୍କଲଙ୍କା ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ । ଜଣେ ହାର୍ଡକୋର ମାଓବାଦୀ ମୃତ।

ମାଲକାନଗିରି (କେନ୍ୟୁଜ): ପୋଲିସ ଗୁଳିରେ ମାଓବାଦୀ ମୃତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାର ବୁର୍କଲଙ୍କା ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ। ପୋଲିସ ଏନକାଉଣ୍ଟରରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ହଇଛି। DRG ଯବାନ ଅପରେସନ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ ।

ସୂଚନା ଅନୁସାରେ ବୁର୍କାଲଙ୍କା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ବାହିନୀ ପକ୍ଷରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ । ପରେ ଏହାର ପାଲଟା ଜବାବ ଦେଇଥିଲେ ସୁରକ୍ଷା କର୍ମୀ । ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ଜଣେ ହାର୍ଡକୋର ମାଓବାଦୀଙ୍କ ମୃତଦେହ ଠାବ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.