Below header

୨୪ ଘଣ୍ଟାରେ ରାଜ୍ୟରୁ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ, ଦୁଇଦିନ ମଧ୍ୟରେ ସାରା ରାଜ୍ୟରୁ ଅପସରି ଯିବ ମୌସୁମୀ ବାୟୁ

କେନ୍ୟୁଜ୍ (ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାରୁ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ ହେବ। ରାଜ୍ୟରେ ପାଗ ଶୁଖିଲା ଥିବାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶା ଓ ଉତ୍ତର ପଶ୍ଚିମ ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିବା ଆରମ୍ଭ କରିବ। ଆଗାମୀ ଦୁଇଦିନ ମଧ୍ୟରେ ସାରା ରାଜ୍ୟରୁ ମୌସୁମୀ ବାୟୁ ଅପସରି ଯିବ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଅବଶିଷ୍ଟ ଓଡ଼ିଶାରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.