Below header

ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳର ନାଁ, ଏବେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଭାବେ ହେବ ପରିଚିତ

ବଦଳିଲା କଳାହାଣ୍ଡ ବିଶ୍ୱ ବିଦ୍ୟାଳୟର ନାଁ । କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ।

ଭୁବନେଶ୍ୱର (କେନ୍ୟୁଜ): ବଦଳିଲା କଳାହାଣ୍ଡ ବିଶ୍ୱ ବିଦ୍ୟାଳୟର ନାଁ । କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ ଯେ ସମୁଦାୟ ୫୦ଟି କଲେଜକୁ ନେଇ ତା.୦୧.୦୯.୨୦୨୦ ରିଖରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କର ଗତ ନଭେମ୍ବର ପହିଲା କଳାହାଣ୍ଡି ଗସ୍ତ ସମୟରେ ଏହି ବିଶ୍ୱବିଦ୍ୟାଳୟର ନାମକୁ ମା’ ମାଣିକେଶ୍ୱରୀ ଙ୍କ ନାମରେ ନାମିତ କରବା ପାଇଁ ଘୋଷଣା କରିଥିଲେ। ଆଜିଠାରୁ ଏହା ଲାଗୁ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସମୁଦାୟ ୫୦ଟି କଲେଜକୁ ନେଇ ୨୦୨୦ ସେପ୍ଟେମ୍ବର ମାସରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.