ଏପ୍ରିଲ ୨ରୁ ନୂଆ ଶିକ୍ଷାବର୍ଷ ଆରମ୍ଭ, ବୟସ ଅନୁଯାୟୀ ଉପଯୁକ୍ତ ଶ୍ରେଣୀରେ ନାଁ ଲେଖାଇବାକୁ ଗୁରୁତ୍ବ

ଏପ୍ରିଲ ୨ରୁ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ । ଏଥିପାଇଁ ଛାତ୍ରଛାତ୍ରୀଙ୍କ ବୟସ ଅନୁଯାୟୀ ସେମାନଙ୍କୁ ଉପଯୁକ୍ତ ଶ୍ରେଣୀରେ ନାମ ଲେଖାଇବା ଦିଗରେ ପ୍ରଧାନଶିକ୍ଷକମାନେ ଗୁରୁତ୍ବ ଦେବାକୁ ଓସେପା ପକ୍ଷରୁ କୁହାଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ଏପ୍ରିଲ ୨ରୁ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ । ଏଥିପାଇଁ ଛାତ୍ରଛାତ୍ରୀଙ୍କ ବୟସ ଅନୁଯାୟୀ ସେମାନଙ୍କୁ ଉପଯୁକ୍ତ ଶ୍ରେଣୀରେ ନାମ ଲେଖାଇବା ଦିଗରେ ପ୍ରଧାନଶିକ୍ଷକମାନେ ଗୁରୁତ୍ବ ଦେବାକୁ ଓସେପା ପକ୍ଷରୁ କୁହାଯାଇଛି ।

ଏନେଇ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା)ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ରାଜ୍ୟର ସବୁ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଚିଠି ଲେଖିଛନ୍ତି । ପ୍ରଥମରୁ ୯ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମେଟିଭ ଆସେସମେଣ୍ଟ ଏସଏ-୨ରେଜଲ୍ଟ ନେଇ ସ୍କୁଲ କର୍ତ୍ତୃପକ୍ଷ ଏପ୍ରିଲ ୨ରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ଅବଗତ କରାଇବେ ।  ସେହିପରି ଶିକ୍ଷା ବର୍ଷ ଆରମ୍ଭ ହେବା ମାତ୍ରେ ପିଲାମାନଙ୍କୁ ମାଗଣା ପାଠ୍ୟପୁସ୍ତକ ବଣ୍ଟନ କରିବାକୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.