ରାଜ୍ୟ

ଜନତା ମୈଦାନରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ, ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲି ଜନତା ମୈଦାନରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତ ହେଉଛି ଜନତା ମୈଦାନ। ଅପରହ୍ଣ ୪ଟା ୪୫ରେ ଶପଥ ଗ୍ରହଣ ଉତ୍ସବ। ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୁଧବାର ଅପରାହ୍ଣ ୨ଟା ୧୦ ମିନିଟରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚି ସିଧା ରାଜଭବନ ଯିବେ । ରାଜଭବନରୁ ବାହାରି ଅପରାହ୍ଣ ୪ଟା ୪୫ରେ ଜନତା ମୈଦାନରେ ପହଞ୍ଚିବେ । ପୋଲିସ ପକ୍ଷରୁ ମୋଦିଙ୍କ ଗସ୍ତ ପାଇଁ ବ୍ଲୁ ବୁକ୍ ଅନୁଯାୟୀ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ।

ଆଜି କାରକେଡ ରିହରସାଲ ହେବ । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ସହ ବହୁ କେନ୍ଦ୍ରମନ୍ତ୍ରୀ ଓ ବଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବେ । ଏହା ଛଡ଼ା ବହୁ ଭିଭିଆଇପି, ଶିଳ୍ପପତି ଓ ବିଶିଷ୍ଟ ବ୍ୟକ୍ତି ଓଡ଼ିଶା ଆସିବେ। ବିମାନ ବନ୍ଦରରେ ପହଞ୍ଚିବା ଠାରୁ ହୋଟେଲରେ ରହିବା ଏବଂ ପୁଣି ବିମାନ ବନ୍ଦରକୁ ଫେରିବା ପର୍ଯ୍ୟନ୍ତ ସବୁଠୁ ପୋଲିସ ଛାଉଣୀ ରହିବ। ବିମାନ ବନ୍ଦର, ରାଜଭବନ ଓ ଜନତା ମୈଦାନରେ ସୁରକ୍ଷା କଡ଼ାକଡ଼ି । ଶପଥ ଗ୍ରହଣ ସମାରୋହ ପାଇଁ ଜନତ ମୈଦାନରେ ସୁରକ୍ଷାର ପ୍ରତିଟି ଦିଗ ଉପରେ ନଜର ରଖିଛି କମିଶନରେଟ ପୋଲିସ । ୨୪ ଘଣ୍ଟିଆ ପହରା ଦେଉଛନ୍ତି ସୁରକ୍ଷା କର୍ମୀ । ପ୍ରାୟ ୩୫ ହଜାର ଲୋକ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

57 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago