ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌; ଜଣେ ମୃତ, ୧୦ରୁ ଅଧିକ ଗୁରୁତର

କୋରାପୁଟ ସଦର ଥାନା ପୋଡ଼ାଗଡ ଜାତୀୟ ରାଜପଥ ୩୨୬ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ବିଳମ୍ବିତ ରାତିରେ ପୋଡ଼ାଗଡ଼ର ଛୋଟାଗୁଡ଼ା ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ ଜଣ ଗୁରୁତର ଅଛନ୍ତି ।

କୋରାପୁଟ (କେନ୍ୟୁଜ): କୋରାପୁଟ ସଦର ଥାନା ପୋଡ଼ାଗଡ ଜାତୀୟ ରାଜପଥ ୩୨୬ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ବିଳମ୍ବିତ ରାତିରେ ପୋଡ଼ାଗଡ଼ର ଛୋଟାଗୁଡ଼ା ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ ଜଣ ଗୁରୁତର ଅଛନ୍ତି । ମୃତକଙ୍କ ପରିଚୟ ମିଳିପାରି ନାହିଁ । ଗୁରୁତରମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଦୁର୍ଘଟଣା ପରେ ପ୍ରାୟ ଦୁଇ ଘଣ୍ଟା ଧରି ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଖବର ପାଇ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ । କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରୁ ୭ଟି ଆମ୍ବୁଲାନ୍ସ ସହ ଲକ୍ଷ୍ମୀପୁର ମେଡିକାଲରୁ ଆମ୍ବୁଲାନ୍ସ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଥିଲା ।

ସୂଚନା ଅନୁସାରେ ଘରୋଇ ଯାତ୍ରୀବାହୀ ବସ୍‌ ଆଜି ସନ୍ଧ୍ୟା ୫ଟାରେ ୪୦ ଜଣ ଯାତ୍ରୀଙ୍କୁ ନେଇ ମାଲକାନଗିରିରୁ ବାହାରି ଥିଲା । ଏହି ବସ୍‌ଟି କୋରାପୁଟରୁ ରାତି ୯ଟାରେ ବ୍ରହ୍ମପୁର ଅଭିମୁଖେ ବାହାରି ଥିଲା । ବୁଧବାର ସକାଳୁ ବ୍ରହ୍ମପୁରରେ ପହଞ୍ଚିବା ପୂର୍ବରୁ ରାତି ପ୍ରାୟ ସାଢ଼େ ୧୦ଟାରେ ପୋଡ଼ାଗଡ଼ ନିକଟରେ ଭାରସାମ୍ୟ ହରାଇଥିଲା। ଚାଳକ ନିୟନ୍ତ୍ରଣ ହରାଇବାରୁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ରାସ୍ତାକଡ଼ରେ ଓଟଲି ପଡ଼ିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.