ଭୁଲ୍ ଇଞ୍ଜେକସନ ଯୋଗୁ ଚାଲିଗଲା ରୋଗୀର ଜୀବନ, ଡାକ୍ତରଖାନାରେ ଉତ୍ତେଜନା

ଭୁଲ୍ ଇଞ୍ଜେକସନ ଦେବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନେରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ହାତିଗଡ ସ୍ୱାସ୍ଥ୍ୟ କେନ୍ଦ୍ରରେ।

ଜଳେଶ୍ୱର (କେନ୍ୟୁଜ): ବାଲେଶ୍ବର ଜିଲ୍ଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ହାତିଗଡ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟ ଅବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି। ଭୁଲ୍ ଇଞ୍ଜେକସନ ଦେବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସର୍ଦ୍ଦାର ବନ୍ଧ ପଞ୍ଚାୟତର ଶଙ୍ଖାଭଙ୍ଗା ଗ୍ରାମର ଗଙ୍ଗାଧର ମହାନ୍ତ।

ସୂଚନା ଅନୁସାରେ ଗତକାଲି ଗଙ୍ଗାଧର ମହାନ୍ତଙ୍କ ହଠାତ୍ ପେଟ ବ୍ୟଥା ହେବାରୁ ହାତୀଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ବିଳମ୍ବିତ ରାତିରେ ଗଙ୍ଗାଧର ଅଧିକ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କର ପେଟ ଯନ୍ତ୍ରଣା ଅଧିକ ହୋଇଥିଲା। ଏନେଇ ପରିବାର ଲୋକେ ନର୍ସଙ୍କୁ ଜଣାଇଥିଲେ। ନର୍ସ ଆସି ଗଙ୍ଗାଧରଙ୍କୁ ଏକ ଇଞ୍ଜେକସନ୍‌ ଦେଇଥିଲେ। ଇଞ୍ଜେକସନ୍‌ ଦେବାର କିଛି ସମୟ ପରେ ଗଙ୍ଗାଧରଙ୍କର ମୃତ୍ୟୁ ଘଟିଥିଲା। ନର୍ସ ଭୁଲ୍ ଇଞ୍ଜେକସନ୍‌ ଦେବା ଯୋଗୁ ଗଙ୍ଗାଧରଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଘଟଣାକୁ ନେଇ ହସ୍ପିଟାଲରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । କ୍ଷତିପୂରଣ ଦାବିରେ ପରିବାର ଲୋକେ ଶବରଖି ହସପିଟାଲ ସମ୍ମୁଖରେ ଧାରଣାରେ ବସିଛନ୍ତି ।

You might also like