ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ: ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ଯାଏ ୪୩ ସେକ୍ସନ୍ ଫୋର୍ସ ମୁତୟନ..

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ସଂଜୀବ ପଣ୍ଡା । ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ପର୍ଯ୍ୟନ୍ତ ୪୩ ସେକସନ ଫୋର୍ସ ମୁତୟନ ହେବେ । ୬ ଜଣ ଡିସିପି ଓ ଅତିରିକ୍ତ ଡିସିପି ସୁରକ୍ଷା ଦାୟିତ୍ଵରେ ରହିବେ ।

ଭୁବନେଶ୍ୱର(କେନ୍ୟୁଜ) : ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ସଂଜୀବ ପଣ୍ଡା । ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ପର୍ଯ୍ୟନ୍ତ ୪୩ ସେକସନ ଫୋର୍ସ ମୁତୟନ ହେବେ । ୬ ଜଣ ଡିସିପି ଓ ଅତିରିକ୍ତ ଡିସିପି ସୁରକ୍ଷା ଦାୟିତ୍ଵରେ ରହିବେ ।

୧୦ ଜଣ ଏସିପି, ୧୯ ଇନ୍ସପେକ୍ଟର, ୬୯ ଜଣ ଏସଆଇ ଓ ଏଏସଆଇ ସୁରକ୍ଷା ଦାୟିତ୍ଵରେ ରହିବେ । ସେହିଭଳି ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୫୬ କନଷ୍ଟେବଲ ଓ ୧୧ ଜଣ ହାବିଲଦାର ରହିବେ । ୫୦ ଜଣ ବନ୍ଧୁକ ଧାରୀ ପୋଲିସ ଏୟାରପୋର୍ଟ ବାହାରେ ସୁରକ୍ଷା ଦାୟିତ୍ଵରେ ରହିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.