ରାଜ୍ୟ

ରାଜ୍ୟ ସରକାରଙ୍କ ସହ ପ୍ରାଥମିକ ଶିକ୍ଷକ ସଂଘ ଆଲୋଚନା ସଫଳ, ଦାବିକୁ ଗ୍ରହଣ କଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟ ସରକାରଙ୍କ ସହ ପ୍ରାଥମିକ ଶିକ୍ଷକ ସଂଘ ଆଲୋଚନା ସଫଳ । ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ CMOଙ୍କ ସହ ହୋଇଥିବା ଆଲୋଚନା ପ୍ରାଥମିକ ଶିକ୍ଷକଙ୍କ ୯ଟି ସଂଘର କର୍ମକର୍ତ୍ତା ସାମିଲ ଥିଲେ । ଠିକା ନିଯୁକ୍ତିକୁ ନିୟମିତ, କେନ୍ଦ୍ରୀୟ ହାରରେ ଦରମା ଓ ପୁରୁଣା ପେନସନ ଲାଗୁ ଆଦି ଦାବି ଉପରେ ଆଲୋଚନା କରାଯାଇଥିଲା । ସଂଘର ଦାବିକୁ ମୁଖ୍ୟମନ୍ତ୍ରୀ ଙ୍କ କାର୍ଯ୍ୟାଳୟ ଗ୍ରହଣ କରିଛି ।

ଜାନୁଆରୀ ସୁଦ୍ଧା ସମସ୍ତ ଦାବି ପୁରଣ ହେବା ନେଇ ମିଳିଛି ପ୍ରତିଶ୍ରୁତି । ଏଥିପାଇଁ ଆଲୋଚନା ସଫଳ ହୋଇଥିବାରୁ ଡିସେମ୍ବର ଯାଏ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିବା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ସୂଚନା ଦେଇଛି। ପୂର୍ବରୁ ତିନି ଦଫା ଦାବିରେ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀମାନେ ୧୦ ଦିନ ଧରି ବିଇଓ କାର୍ଯ୍ୟାଳୟ ଆଗରେ ଧାରଣା ଚଳାଇଥିଲେ । ସାମୂହିକ ଛୁଟିରେ ରହିଥିଲେ ରାଜ୍ୟର ୧ ଲକ୍ଷ ୩୦ହଜାର ପ୍ରାଥମିକ ଶିକ୍ଷକ ।

Sasmita

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

4 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

18 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

31 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

32 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago